ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ ଏକ କାରରେ ଅପହରଣ କରି ନେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଯୁବତୀଙ୍କୁ ଅପହରଣ ନୁହେଁ, ପ୍ରେମ ପାଇଁ ସେ ପ୍ରେମିକଙ୍କ ସହ ମିଶି ଏପରି ଅପହରଣ ନାଟକ ରଚିଥିଲେ ବୋଲି ତଦନ୍ତରୁ ଜଣାପଡିଛି।

ଖବରରୁ ପ୍ରକାଶ, ଫୁଲବାଣୀ ସଦର ଥାନା ଦଡିକି ପଞ୍ଚାୟତ ଜାମଝିରି ଗାଁର ଜଣେ ଯୁବକଙ୍କୁ ସମ୍ପୃକ୍ତା ଯୁବତୀ ପ୍ରେମ କରି ଆସୁଥିଲେ । ତେବେ ଉଭୟଙ୍କ ସମ୍ପର୍କକୁ ଯୁବତୀଙ୍କ ପରିବାର ଲୋକେ ପସନ୍ଦ କରୁ ନ ଥିଲେ। ଫଳରେ ଗତ ମଙ୍ଗଳବାର ଯୁବତୀ ଜଣକ ତାଙ୍କ ପ୍ରେମିକଙ୍କ ସହ ଫେରାର ହେବାକୁ ଯୋଜନା କରିଥିଲେ। ସେହି ଅନୁସାରେ ପ୍ରେମିକ ଜଣକ ବୁଧବାର ସକାଳୁ ଏକ କାରରେ କେତେ ଜଣ ସହଯୋଗୀଙ୍କୁ ଧରି ବନ୍ଧୁଲି ଛକକୁ ଆସିଥିଲେ। ଯୁବତୀ ଜଣକ ସେଠାରେ କାରରେ ବସି ତାଙ୍କ ପ୍ରେମିକଙ୍କ ସହ ଚାଲି ଯାଇଥିଲେ । ଯୁବତୀଙ୍କୁ ପଚରାଉଚୁରା ପରେ ଏପରି ଅପହଣଣ ନାଟକ ସେ ନିଜେ କରିଥିବା ପ୍ରକାଶ କରିଛନ୍ତି। ଶନିବାର ସମ୍ପୃକ୍ତା ଯୁବତୀଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି ।

ସୂଚନାଯୋଗ୍ୟ, ୬ ଜଣ ଯୁବକ ଏକ କାରରେ ଆସି ବନ୍ଧୁଲି ଛକ ନିକଟରୁ ସମ୍ପୃକ୍ତା ଯୁବତୀଙ୍କୁ ମଙ୍ଗଳବାର କାରରେ ବସାଇ ନେଇ ଯାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଜଣାଇ ଗାଡ଼ି ପଛରେ ଗୋଡାଇ ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ କୁମେଲବନ୍ଧ ପାଖରୁ ଦୁଇ ଜଣଙ୍କୁ ଧରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ ଜାରି ରଖିଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri