Posted inଜାତୀୟ

ପ୍ରେମିକଙ୍କୁ ହତ୍ୟା କରିବାକୁ ଏହି ରାସ୍ତା ଆପଣେଇଥିଲେ ପ୍ରେମିକା

ନୈନିତାଲ,୨୧।୭: ଉତ୍ତରାଖଣ୍ଡର ହଲଦ୍ୱାନିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଜଣକ ପୂର୍ବତନ ପ୍ରେମିକଙ୍କୁ ନାଗସାପ ଛାଡି ହତ୍ୟା କରିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଉତ୍ତରାଖଣ୍ଡର ହଲଦ୍ୱାନ ପୋଲିସ ଗତ ୧୫ ତାରିଖରେ ଯୁବ ବ୍ୟବସାୟୀ ଅଙ୍କିତ ଚୌହାନଙ୍କ ମୃତଦେହ ତାଙ୍କ କାର୍‌ରୁ ଜବତ କରିଥିଲା। କାର୍‌ ଏସିରୁ କାର୍ବନ ମନୋକ୍ସାଇଡ୍‌ ନିର୍ଗମନ ଯୋଗୁ ଶ୍ୱାସରୁଦ୍ଧ ହୋଇ ଅଙ୍କିତଙ୍କ ମୃତ୍ୟୁ ଘଟିଥିବା ପୋଲିସ ପ୍ରଥମେ ସନ୍ଦେହ କରିଥିଲା। ତେବେ ପୋଲିସ ଘଟଣାର ତଦନ୍ତ ପରେ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। ଏପରିକି ଅଙ୍କିତଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ଜଣାପଡିଥିଲା। ପରେ ପୋଲିସ ଘଟଣାସ୍ଥଳରେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ ସହ ଅଙ୍କିତଙ୍କ କଲ୍‌ ଡିଟେଲ ଯାଞ୍ଚ କରିଥିଲା।

ଯାଞ୍ଚ ବେଳେ ଗର୍ଲଫ୍ରେଣ୍ଡ ମାହି ଆର୍ଯ୍ୟାଙ୍କ ନାଁ ସନ୍ଦେହ ଘେରକୁ ଆସିଥିଲା। ପୋଲିସ ତଦନ୍ତ ବେଳେ ମାହି ଓ ତାଙ୍କର ନୂତନ ପ୍ରେମିକ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ବୋଲି ଜାଣିବାକୁ ପାଇଥିଲା। ପୋଲିସ ସେମାନଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଥିଲା। ପୋଲିସ ସେମାନଙ୍କୁ ପଚରାଉଚରା ବେଳେ ରମେଶ ନାଥ ନାମକ ଜଣେ ସାପୁଆ କେଳା ଅଙ୍କିତଙ୍କୁ ହତ୍ୟା ପଛରେ ସହଯୋଗ କରିଥିବା ଜଣାପଡିଥିଲା। ଏପରକି ଗର୍ଲଫ୍ରେଣ୍ଡ ମାହି ଏବଂ ନୂତନ ପୁରୁଷବନ୍ଧୁ ସାପୁଆ କେଳା ରମେଶଙ୍କୁ ନାଗସାପ ଛାଡ଼ି ଅଙ୍କିତଙ୍କୁ ହତ୍ୟା କରିବାକୁ ୧୦ ହଜାର ଟଙ୍କା ସୁପାରି ଦେଇଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri