Posted inଅପରାଧ

ପ୍ରେମିକାଙ୍କ ବାପା ପୋଲିସକୁ ଫୋନ କରି କହିଲେ ଘରେ ପଶିଚି ଚୋର; ପରେ ସତ ଜଣାପଡ଼ିଲା

ଉନ୍ନାଓ, ୩।୧୦: ଉତ୍ତର ପ୍ରଦେଶ ଉନ୍ନଓରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ପ୍ରେମିକାଙ୍କ ଘରେ ପ୍ରେମିକଙ୍କ ମୃତଦେହ ମିଳିବା ଭଳି ସମ୍ବେଦନଶୀଳ ଘଟଣା ଘଟିଯାଇଛି। ଗଙ୍ଗାଘାଟ କୋତାବଳୀ ଅଞ୍ଚଳର ରାମସେବକ ନିଷାଦ ତାଙ୍କ ପରିବାର ସହ ରୁହନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ରାମସେବକ ପୋଲିସକୁ ଫୋନ କରି ଘରେ ଚୋର ପଶିଯାଇଥିବା ସୂଚନା ଦେଇଥିଲେ। ସୂଚନା ପାଇ ଗଙ୍ଗାଘାଟ ଥାନା ଅଧିକାରୀ ରାଜକୁମାର ସରୋଜ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ରାମସେବକଙ୍କ ଘରେ ପହଞ୍ଚିବା ପରେ ଦେଖିଲେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି। ଏହାପରେ ତାକୁ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ଡାକ୍ତର ଯୁବକକୁ ମୃତ ଘୋଷଣା କରିଥିଲେ।
ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିଲା ଯେ, ମୃତ ଯୁବକଙ୍କ ଶବ ଯେଉଁଠାରୁ ମିଳିଥିଲା ସେଠାରୁ କିଛି ଦୂରରେ ତାଙ୍କ ଘର। ଏହି ଯୁବକ ଓ ରାମସେବକଙ୍କ ଝିଅ ମଧ୍ୟରେ ଦୀର୍ଘଦିନ ହେବ ଙ୍କ ପ୍ରେମ ସମ୍ପର୍କ ଥିଲା। ଯାହାକୁ ନେଇ ୨ ପରିବାର ମଧ୍ୟରେ ଅନେକଥର ବିବାଦ ସୃଷ୍ଟି ହୋଇଛି। ଏବେ ଯେଉଁଭଳି ସ୍ଥିତିରେ ଯୁବକଙ୍କ ମୃତଦେହ ରାମସେବକଙ୍କ ଘରୁ ମିଳିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷରେ ଏହି ଘଟଣା ପରେ ରାମସେବକ ଓ ତାଙ୍କ ପରିବାର ଫେରାର୍‌ ହୋଇଯାଇଛନ୍ତି। ମୃତ ଯୁବକଙ୍କ ଭାଇ ସନ୍ଦୀପର କହିବା କଥା, ଶୁକ୍ରବାର ରାତିରେ ସେ ବିଲକୁ ଫସଲ ଜଗିବାକୁ ଯାଉଛି କହି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri