Posted inଅପରାଧ

ପ୍ରେମିକାଙ୍କ ବାପା ପୋଲିସକୁ ଫୋନ କରି କହିଲେ ଘରେ ପଶିଚି ଚୋର; ପରେ ସତ ଜଣାପଡ଼ିଲା

ଉନ୍ନାଓ, ୩।୧୦: ଉତ୍ତର ପ୍ରଦେଶ ଉନ୍ନଓରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ପ୍ରେମିକାଙ୍କ ଘରେ ପ୍ରେମିକଙ୍କ ମୃତଦେହ ମିଳିବା ଭଳି ସମ୍ବେଦନଶୀଳ ଘଟଣା ଘଟିଯାଇଛି। ଗଙ୍ଗାଘାଟ କୋତାବଳୀ ଅଞ୍ଚଳର ରାମସେବକ ନିଷାଦ ତାଙ୍କ ପରିବାର ସହ ରୁହନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ରାମସେବକ ପୋଲିସକୁ ଫୋନ କରି ଘରେ ଚୋର ପଶିଯାଇଥିବା ସୂଚନା ଦେଇଥିଲେ। ସୂଚନା ପାଇ ଗଙ୍ଗାଘାଟ ଥାନା ଅଧିକାରୀ ରାଜକୁମାର ସରୋଜ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ରାମସେବକଙ୍କ ଘରେ ପହଞ୍ଚିବା ପରେ ଦେଖିଲେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି। ଏହାପରେ ତାକୁ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ଡାକ୍ତର ଯୁବକକୁ ମୃତ ଘୋଷଣା କରିଥିଲେ।
ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିଲା ଯେ, ମୃତ ଯୁବକଙ୍କ ଶବ ଯେଉଁଠାରୁ ମିଳିଥିଲା ସେଠାରୁ କିଛି ଦୂରରେ ତାଙ୍କ ଘର। ଏହି ଯୁବକ ଓ ରାମସେବକଙ୍କ ଝିଅ ମଧ୍ୟରେ ଦୀର୍ଘଦିନ ହେବ ଙ୍କ ପ୍ରେମ ସମ୍ପର୍କ ଥିଲା। ଯାହାକୁ ନେଇ ୨ ପରିବାର ମଧ୍ୟରେ ଅନେକଥର ବିବାଦ ସୃଷ୍ଟି ହୋଇଛି। ଏବେ ଯେଉଁଭଳି ସ୍ଥିତିରେ ଯୁବକଙ୍କ ମୃତଦେହ ରାମସେବକଙ୍କ ଘରୁ ମିଳିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷରେ ଏହି ଘଟଣା ପରେ ରାମସେବକ ଓ ତାଙ୍କ ପରିବାର ଫେରାର୍‌ ହୋଇଯାଇଛନ୍ତି। ମୃତ ଯୁବକଙ୍କ ଭାଇ ସନ୍ଦୀପର କହିବା କଥା, ଶୁକ୍ରବାର ରାତିରେ ସେ ବିଲକୁ ଫସଲ ଜଗିବାକୁ ଯାଉଛି କହି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ...

ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି।...

କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ

ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ...

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ...

ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର

ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍‌...

ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚୋରାଚାଲାଣ

କୋରାପୁଟ,୫ା୪(ଅମିତାଭ ବେହେରା): ଫିଲ୍ମ ଷ୍ଟାଇଲ୍‌ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଛି ପୋଲିସ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପାଡୁଆ ବାଞ୍ଜଲାପୁଟରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri