Posted inଜାତୀୟ

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ) ନିଜ ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ସମ୍ପର୍କରେ ଆଲୋଚନା ପାଇଁ ଡାକି ହତ୍ୟା କରିଛନ୍ତି। ଉତ୍ତର ୨୪ ପ୍ରଗଣା ଜିଲାରେ ପରକୀୟା ପ୍ରୀତିର ଏହି କରୁଣ ପରିଣତି ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ଶନିବାର ନ୍ୟାୟ ଦାବିରେ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ସମ୍ପୃକ୍ତ ବିଏଲ୍‌ଓ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଉତ୍ତର ୨୪ ପ୍ରଗଣା ଜିଲାର ୩୦ ବର୍ଷୀୟ ନାସିର ଅଲୀ ସୋମବାର ରାତିରୁ ନିଖୋଜ ଥିଲେ। ପରିବାର ଲୋକେ ଏନେଇ ମଙ୍ଗଳବାର ଥାନାରେ ରିପୋର୍ଟ କରିଥିଲେ। ନାସିରଙ୍କ ସ୍ତ୍ରୀଙ୍କ ସହ ବିଏଲ୍‌ଓ ରିଜ୍‌ଓ୍ୱାନ ହାସନ ମଣ୍ଡଳଙ୍କ ପ୍ରେମ ସମ୍ପର୍କ ଥିବାରୁ ତାଙ୍କ ଉପରେ ପୋଲିସର ସନ୍ଦେହ ଘନୀଭୂତ ହୋଇଥିଲା। ପୋଲିସ ରିଜ୍‌ଓ୍ୱାନଙ୍କ ମୋବାଇଲ ଫୋନ୍‌ କଲ୍‌ ଟ୍ରାକ୍‌ କରି ତାଙ୍କ ଗତିବିଧି ଉପରେ ନଜର ରଖିଥିଲା। ବଦୁରିଆସ୍ଥିତ ଏକ କେନାଲରେ ଶୁକ୍ରବାର ନାସିରଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବହେବା ପରେ ରିଜ୍‌ଓ୍ୱାନଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତାଙ୍କ ସହଯୋଗୀ ସାଗର ଗିନେଙ୍କୁ ମଧ୍ୟ ଜେରା କରାଯାଇଥିଲା। ଜେରାବେଳେ ସାଗର ସବୁ କଥା ପୋଲିସ ଆଗରେ ମାନିଯାଇଥିଲେ। ସେ କହିଥିଲେ, ରିଜ୍‌ଓ୍ୱାନ ନାସିରଙ୍କ ସ୍ତ୍ରୀଙ୍କୁ ଭଲ ପାଉଥିଲେ। ରିଜ୍‌ଓ୍ୱାନ ଏସ୍‌ଆଇଆର୍‌ କାର୍ଯ୍ୟରେ ନିୟୋଜିତ ଥିବାରୁ ନାସିରଙ୍କୁ ଏହା ଉପରେ ଆଲୋଚନା ପାଇଁ ଏକ ନିଛାଟିଆ ସ୍ଥାନକୁ ଡାକିଥିଲେ। ସେଠାରେ ଦୁହେଁ ନାସିରଙ୍କୁ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ୩ ଖଣ୍ଡ କରି କେନାଲରେ ଫିଙ୍ଗିଦେଇଥିବା ସେ କହିଥିଲେ। ଇତିମଧ୍ୟରେ ସ୍ଥାନୀୟ ଲୋକେ ଦେଢ଼ଘଣ୍ଟା ଧରି ରାସ୍ତା ଅବରୋଧ କରିବା ସହ ପୋଲିସ ବିରୋଧରେ ବିକ୍ଷୋଭ କରିଥିଲେ। ଜନାକ୍ରୋଶ ବଢ଼ୁଥିବା ଦେଖି ପୋଲିସ ଅଭିଯୁକ୍ତ ବିଏଲ୍‌ଓ ରିଜ୍‌ଓ୍ୱାନ ଓ ତାଙ୍କ ସହଯୋଗୀ ସାଗରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri