Posted inଜାତୀୟ

ସିଭିଲ ସର୍ଭିସ୍‌ ପରୀକ୍ଷାରେ ଝିଅ ଅଧିକ ସଫଳ, ୨୪ରୁ ୨୬ ବର୍ଷ ମଧ୍ୟରେ ଯୁବବର୍ଗଙ୍କ ଭବିଷ୍ୟତ ଚିନ୍ତା…

ନୂଆଦିଲ୍ଲୀ,୧୪।୯: ୟୁନିଅନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି) ଦ୍ୱାରା ପରିଚାଳିତ ହେଉଥିବା ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ଝିଅଙ୍କ ସଫଳତା ହାର ପୁଅଙ୍କ ତୁଳନାରେ ଅଧିକ ରହିଛି। ସେହିପରି ୨୬ ବର୍ଷରୁ କମ୍‌ ବୟସରେ ସଫଳତା ହାର ସର୍ବାଧିକ ରହିଛି ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୪ରୁ ୨୬ ବର୍ଷ ମଧ୍ୟରେ ପୁଅଙ୍କ ସଫଳତା ହାର ୩୧.୩ ପ୍ରତିଶତ ଥିବାବେଳେ ଝିଅଙ୍କ ସଫଳ ପ୍ରତିଶତ ୩୫.୮ ରହିଛି।

ସର୍ଭେରେ ୨୦୧୫-୧୬ଠାରୁ ୨୦୧୯-୨୦ ପର୍ଯ୍ୟନ୍ତ ଗତ ୪ ବର୍ଷର ସମସ୍ତ ୟୁପିଏସ୍‌ସି ରିପୋର୍ଟକୁ ଯାଞ୍ଚ୍‌ କରାଯାଇଛି। ୟୁପିଏସ୍‌ସି ପକ୍ଷରୁ ଏହି ରିପୋର୍ଟ ଜାରି କରାଯାଇଛି।

ତୃତୀୟ ପ୍ରୟାସରେ ୨୪.୦୨ ପ୍ରତିଶତ ସଫଳତା ହାସଲ କରିଥିବା ରିପୋର୍ଟରେ ଦର୍ଶାଯାଇଛି। ସେଥିମଧ୍ୟରେ ୨୭.୪୬ ପ୍ରତିଶତ ଝିଅ ଥିବାବେଳେ ୨୨.୯୪ ପ୍ରତିଶତ ଝିଅ ରହିଛନ୍ତି।

ଅପରପକ୍ଷରେ ଷଷ୍ଠତମ ପ୍ରୟାସରେ ମାତ୍ର ୮.୩୭ ପ୍ରତିଶତ ସଫଳ ହୋଇଥିବା ଏଥିରେ ପ୍ରକାଶ ପାଇଛି। ସେଥିମଧ୍ୟରେ ପୁଅଙ୍କ ପ୍ରତିଶତ ୮.୪୦ ଥିବାବେଳେ ଝିଅ ୮.୨୯ ପ୍ରତିଶତ ରହିଛନ୍ତି। ୨୧ରୁ ୨୬ ବର୍ଷ ମଧ୍ୟରେ ଅଧିକ ଝିଅଙ୍କୁ ସଫଳତା ମିଳିଥିବା ରିପୋର୍ଟ ଦର୍ଶାଯାଇଛି। ଗବେଷକ ତଥା ଶିକ୍ଷାବିତ୍‌ ରୋହିତ୍‌ ପାରିଖଙ୍କ ଦ୍ୱାରା ହୋଇଥିବା ଏହି ସର୍ଭେରୁ ଜଣାପଡ଼ିଛି ଯେ, ଦେଶର ଯୁବବର୍ଗ ୨୪ରୁ ୨୬ ବର୍ଷ ବୟସରେ ନିଜ ଭବିଷ୍ୟତ ସମ୍ପର୍କରେ ଅଧିକ ଚିନ୍ତା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri