ଜରାଜୀର୍ଣ୍ଣ ଅବସ୍ଥାରେ ବାଳିକା ଉଚ୍ଚ ବିଦ୍ୟାଳୟ

କଣାସ,୧୬।୨ (ସ୍ବ.ପ୍ର.) କଣାସ ବ୍ଲକ କଣାସ ପଞ୍ଚାୟତରେ ଥିବା ମହନ୍ତ ବନମାଳୀ ଦାସ ବାଳିକା ଉଚ୍ଚ ବିଦ୍ୟାଳୟର ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏହି ବିଦ୍ୟାଳୟ ଫନୀ ସମୟରେ ବହୁ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଯାବତ ମରାମତି ହୋଇପାରି ନାହିଁ। ଅଧିକାଂଶ ଶ୍ରେଣୀଗୃହ ଭାଙ୍ଗିଯାଇଥିବାବେଳେ ବିଦ୍ୟାଳୟ ଫାଟକ ଓ ପାଚେରି ମଧ୍ୟ ଭଙ୍ଗା ଅବସ୍ଥାରେ ଅଛି। ଏ ନେଇ ଶିକ୍ଷକବୃନ୍ଦ, ଗ୍ରାମବାସୀ, ସ୍ବେଚ୍ଛାସେବୀ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କାର୍ଯ୍ୟ କେବଳ କଥାରେ ସୀମିତ ରହିଯାଉଛି। ଫଳରେ ଏହି ବିଦ୍ୟାଳୟରେ ଛାତ୍ରୀଛାତ୍ର ପାଠପଢ଼ାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନାଯୋଗ୍ୟ, ନାରୀ ଶିକ୍ଷାର ପ୍ରସାର ପାଇଁ ୧୯୮୮ ମସିହାରେ ବ୍ଲକରେ ଏକମାତ୍ର ଏହି ମହିଳା ବିଦ୍ୟାଳୟ ଖୋଲାଯାଇଥିଲା। କେତେକ ଶିକ୍ଷା ପ୍ରେମୀ ଓ କଣାସ ବଡମଠ ମହନ୍ତ ମହାରାଜଙ୍କ ଉଦ୍ୟମରେ ବିଦ୍ୟାଳୟ ପ୍ରତିଷ୍ଠିତ ହୋଇଥିଲା। ଏହି ବିଦ୍ୟାଳୟ ପୁରୀ ଜିଲାରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଆସିଥିବାବେଳେ ଗତବର୍ଷ ମାଟ୍ରିକ ପରୀକ୍ଷାରେ ଛାତ୍ରୀମାନେ ବ୍ଲକ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏ ସବୁ ସତ୍ତ୍ୱେ ଏହି ବିଦ୍ୟାଳୟ ପ୍ରତି ସରକାର ପ୍ରୋତ୍ସାହନର ଘୋର ଅଭାବ ପରିଲଖିତ ହୋଇଛି। ଫନୀ ବାତ୍ୟାରେ ବିଦ୍ୟାଳୟର ୪ଟି ଶ୍ରେଣୀଗୃହ ସହ ଅନ୍ୟାନ୍ୟ ଗୃହ ଭାଙ୍ଗି ଧ୍ୱଂସ ହୋଇଥିଲେ ମଧ୍ୟ ସରକାରୀ ସହାୟତା ପୂର୍ଣ୍ଣ ନିର୍ମାଣ ପାଇଁ ହୋଇନାହିଁ। ଗୃହ ଅଭାବ ଯୋଗୁ ଶିକ୍ଷୟିତ୍ରୀ ଶିକ୍ଷକ ଓ ଛାତ୍ରୀଛାତ୍ରମାନେ ଶିକ୍ଷାଦାନ, ଅନ୍ୟାନ କାର୍ଯ୍ୟରେ ବହୁ ଅସୁବିଧା ଭୋଗୁଛନ୍ତି। ଏବେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଯାଇଥିବାବେଳେ ଏହାର ମରାମତି ନିତ୍ୟାନ୍ତ ଆବଶ୍ୟକ ହୋଇଛି। ତେଣୁ ଏଥିପ୍ରତି ବିଭାଗୀୟ ସ୍ତରରେ ଦୃଷ୍ଟି ଦେଇ ତୁରନ୍ତ ଏହାର ସମାଧାନ କରିବାକୁ ବ୍ଲକ ବରିଷ୍ଠ ନାଗରିକ ମଞ୍ଚର ସଭାପତି, ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ବିଭୂତି ଭୂଷଣ ପଟ୍ଟନାୟକଙ୍କ ସମେତ ଅନ୍ୟ ସ୍ବେଚ୍ଛାସେବୀ ସଙ୍ଗଠନ ଓ ଶିକ୍ଷକବୃନ୍ଦ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri