ବିପଦସଙ୍କୁଳ ଅବସ୍ଥାରେ ବାଳିକା ହାଇସ୍କୁଲ

ଖଣ୍ଡପଡ଼ା,୨ା୧୧(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ରେ ନୂତନ ବିଡିଓ ଭାବେ ଅଙ୍କୁର ଅଭିଷେକ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ କୁଞ୍ଜବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବଡ଼ବାଣପୁର ବସନ୍ତ କୁମାର ବିଦ୍ୟାପୀଠ ପରିଦର୍ଶନ କରି ୫-ଟି ରୂପାନ୍ତରଣ କାର୍ଯ୍ୟ ତଦାରଖ କରିଛନ୍ତି। ସେ ପ୍ରଥମେ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବା ପରେ କଣ୍ଟିଲୋ ପଞ୍ଚାୟତର ପାହାଡ଼ ଉପରେ ଅସୁରକ୍ଷିତ ଅବସ୍ଥାରେ ଥିବା କୁଞ୍ଜବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଉପରମହଲା କୋଠରି ପରିଦର୍ଶନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ବାସନ୍ତୀ ପଣ୍ଡା ସ୍କୁଲର ସମସ୍ୟା ସମ୍ପର୍କରେ ବିଡିଓଙ୍କୁ ଅବଗତ କରାଇଥିଲେ। ୫୮ ବର୍ଷର ଏହି ସ୍କୁଲ ଶ୍ରେଣୀଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ମରାମତି ଅଭାବରୁ ବିଭିନ୍ନ ସମୟରେ ଛାତରୁ ପଲସ୍ତରା ଖସି ବିପଦ ସୃଷ୍ଟି କରୁଥିବା ପଣ୍ଡା ଦର୍ଶାଇଥିଲେ। ତେବେ ନିୟମ ଅନୁଯାୟୀ, ଉକ୍ତ ମରାମତି କାମ ୫-ଟି ରୂପାନ୍ତରଣ ଯୋଜନାରେ ହୋଇପାରିବ ନାହିଁ। ପରବର୍ତ୍ତୀ ସମୟରେ ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ଏହାର ରକ୍ଷଣାବେକ୍ଷଣ କରାଯିବାକୁ ବିଡିଓ ଅଭିଷେକ ସୂଚନା ଦେଇଛନ୍ତି। ପରେ ବିଡିଓ ଅଭିଷେକ ବଡବାଣପୁର ବସନ୍ତ କୁମାର ବିଦ୍ୟାପୀଠ ରୂପାନ୍ତରଣ ଯୋଜନାରେ ନିର୍ମାଣ ହୋଇଥିବା ଇ-ଲାଇବ୍ରେରି, ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ, ବିଦ୍ୟାଳୟର ସୈାନ୍ଦର୍ଯ୍ୟକରଣ କାର୍ଯ୍ୟ ପରିଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ମହାନ୍ତି ରୂପାନ୍ତରଣ ଯୋଜନାରେ ବିଦ୍ୟାଳୟର ୩.୬୦ ଏକର ପରିମିତ ଜାଗାରେ ଏକ ସାଇକେଲ ଷ୍ଟାଣ୍ଡ ନିର୍ମାଣ ଓ ଅର୍ଦ୍ଧନିର୍ମିତ ଅବସ୍ଥାରେ ଥିବା ବିଦ୍ୟାଳୟର ଏକ ତୋରଣ(ଗେଟ) ପାଇଁ ଅନୁରୋଧ କରିଥିଲେ। ଏ ସମ୍ପର୍କରେ ବିଡିଓଙ୍କ ସହ ଯୋଗାଯୋଗ କରାଯାଇଥିଲା। ଏଥିପ୍ରତି ସେ ଦୃଷ୍ଟି ଦେବେ ବୋଲି କହିଛନ୍ତି। ବିଡିଓଙ୍କ ସହ ବ୍ଲକ କନିଷ୍ଠ ଯନ୍ତ୍ରୀ ସୁନୀତା ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri