ବିପଦସଙ୍କୁଳ ଅବସ୍ଥାରେ ବାଳିକା ହାଇସ୍କୁଲ

ଖଣ୍ଡପଡ଼ା,୨ା୧୧(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ରେ ନୂତନ ବିଡିଓ ଭାବେ ଅଙ୍କୁର ଅଭିଷେକ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ କୁଞ୍ଜବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବଡ଼ବାଣପୁର ବସନ୍ତ କୁମାର ବିଦ୍ୟାପୀଠ ପରିଦର୍ଶନ କରି ୫-ଟି ରୂପାନ୍ତରଣ କାର୍ଯ୍ୟ ତଦାରଖ କରିଛନ୍ତି। ସେ ପ୍ରଥମେ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବା ପରେ କଣ୍ଟିଲୋ ପଞ୍ଚାୟତର ପାହାଡ଼ ଉପରେ ଅସୁରକ୍ଷିତ ଅବସ୍ଥାରେ ଥିବା କୁଞ୍ଜବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଉପରମହଲା କୋଠରି ପରିଦର୍ଶନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ବାସନ୍ତୀ ପଣ୍ଡା ସ୍କୁଲର ସମସ୍ୟା ସମ୍ପର୍କରେ ବିଡିଓଙ୍କୁ ଅବଗତ କରାଇଥିଲେ। ୫୮ ବର୍ଷର ଏହି ସ୍କୁଲ ଶ୍ରେଣୀଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ମରାମତି ଅଭାବରୁ ବିଭିନ୍ନ ସମୟରେ ଛାତରୁ ପଲସ୍ତରା ଖସି ବିପଦ ସୃଷ୍ଟି କରୁଥିବା ପଣ୍ଡା ଦର୍ଶାଇଥିଲେ। ତେବେ ନିୟମ ଅନୁଯାୟୀ, ଉକ୍ତ ମରାମତି କାମ ୫-ଟି ରୂପାନ୍ତରଣ ଯୋଜନାରେ ହୋଇପାରିବ ନାହିଁ। ପରବର୍ତ୍ତୀ ସମୟରେ ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ଏହାର ରକ୍ଷଣାବେକ୍ଷଣ କରାଯିବାକୁ ବିଡିଓ ଅଭିଷେକ ସୂଚନା ଦେଇଛନ୍ତି। ପରେ ବିଡିଓ ଅଭିଷେକ ବଡବାଣପୁର ବସନ୍ତ କୁମାର ବିଦ୍ୟାପୀଠ ରୂପାନ୍ତରଣ ଯୋଜନାରେ ନିର୍ମାଣ ହୋଇଥିବା ଇ-ଲାଇବ୍ରେରି, ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ, ବିଦ୍ୟାଳୟର ସୈାନ୍ଦର୍ଯ୍ୟକରଣ କାର୍ଯ୍ୟ ପରିଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ମହାନ୍ତି ରୂପାନ୍ତରଣ ଯୋଜନାରେ ବିଦ୍ୟାଳୟର ୩.୬୦ ଏକର ପରିମିତ ଜାଗାରେ ଏକ ସାଇକେଲ ଷ୍ଟାଣ୍ଡ ନିର୍ମାଣ ଓ ଅର୍ଦ୍ଧନିର୍ମିତ ଅବସ୍ଥାରେ ଥିବା ବିଦ୍ୟାଳୟର ଏକ ତୋରଣ(ଗେଟ) ପାଇଁ ଅନୁରୋଧ କରିଥିଲେ। ଏ ସମ୍ପର୍କରେ ବିଡିଓଙ୍କ ସହ ଯୋଗାଯୋଗ କରାଯାଇଥିଲା। ଏଥିପ୍ରତି ସେ ଦୃଷ୍ଟି ଦେବେ ବୋଲି କହିଛନ୍ତି। ବିଡିଓଙ୍କ ସହ ବ୍ଲକ କନିଷ୍ଠ ଯନ୍ତ୍ରୀ ସୁନୀତା ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?