Posted inଫୁରସତ

ବାଳିକା ସବୁ କ୍ଷେତ୍ରରେ ଆଗୁଆ

ଏବେ ସବୁ କ୍ଷେତ୍ରରେ ବାଳିକାମାନେ ଆଗୁଆ। ଜୀବନର ସମସ୍ତ ଆହ୍ବାନକୁ ସେମାନେ ସହଜରେ ଗ୍ରହଣ କରିବାକୁ ସକ୍ଷମ। ଭବିଷ୍ୟତରେ ବଡ଼ ହୋଇ ପରିବାର ସମ୍ଭାଳିବାଠାରୁ ଆରମ୍ଭ କରି ଦେଶର ନେତୃତ୍ୱ, ଦେଶରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ପ୍ରତିପାଦନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପ୍ରତି ବେଶ୍‌ ସଜାଗ। ଆଜିର ବାଳିକା କାଲିର ମହିଳା ହୋଇ ନିଜର ଦାୟିତ୍ୱବୋଧ ଠିକ୍‌ ଭାବେ ତୁଲାଇବାକୁ ପ୍ରତିଶ୍ରୁତିବଦ୍ଧ। ତେବେ ପୃଥିବୀର କେତେକ ଦେଶରେ ଏବେ ମଧ୍ୟ ଲିଙ୍ଗଗତ ସମାନତା ଆସିନି। ତେଣୁ ବାଳିକାଙ୍କ ବିକାଶ ପାଇଁ ପ୍ରତିବର୍ଷ ଅକ୍ଟୋବର ୧୧ରେ ଅନ୍ତର୍ଜାତୀୟ ବାଳିକା ଦିବସ ପାଳନ କରାଯାଉଛି। ଲିଙ୍ଗଗତ ସମାନତା ଆଣିବା ପାଇଁ ମିଳିତ ଜାତିସଂଘ ଦ୍ୱାରା ରଣନୀତି ପ୍ରସ୍ତୁତ କରାଯାଇଥିଲା। ବାଳିକାମାନଙ୍କ ଅଧିକାରକୁ ସ୍ବୀକୃତି ଦେବା ପାଇଁ ଠିକ୍‌ ଢାଞ୍ଚା ପ୍ରସ୍ତୁତି ଉପରେ ଏକ ବ୍ଲୁ ପ୍ରିଣ୍ଟ ପ୍ରଥମେ ୧୯୯୫ରେ ଚାଇନା ବେଜିଂର ମହିଳା ସମ୍ମିଳନୀରେ ଆରମ୍ଭ ହୋଇଥିଲା। ଜାତିସଂଘ ପକ୍ଷରୁ ସ୍ଥିରୀକୃତ ହୋଇଥିବା ପ୍ଲାଟଫର୍ମ ଫର ଆକ୍ସନ ଘୋଷଣାନାମାକୁ ଉପସ୍ଥିତ ସମସ୍ତ ସଦସ୍ୟ ଦେଶ ସର୍ବସମ୍ମତି କ୍ରମେ ଗ୍ରହଣ କରିଥିଲେ। ଏହା କେବଳ ମହିଳା ନୁହେଁ ବାଳିକାମାନଙ୍କର ଅଧିକାରକୁ ଅଗ୍ରଗତି କରିବା ପାଇଁ ସବୁଠୁ ପ୍ରଗତିଶୀଳ ବ୍ଲୁ ପ୍ରିଣ୍ଟ ଭାବରେ ପରିଗଣିତ ହୋଇଥିଲା।
ଏହାପରେ, ୨୦୧୧ ଡିସେମ୍ବର ୧୮ରେ, ଜାତିସଂଘର ସାଧାରଣ ସଭାରେ ଅକ୍ଟୋବର ୧୧କୁ ଅନ୍ତର୍ଜାତୀୟ ବାଳିକା ଦିବସ ଭାବରେ ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ଅକ୍ଟୋବର ୧୧କୁ ଅନ୍ତର୍ଜାତୀୟ ବାଳିକା ଦିବସ ଭାବେ ପାଳନ କରାଯାଉଛି। ଏହି ଦିବସ ଅବସରରେ ବାଳିକାଙ୍କର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ ଉପରେ ବିଶ୍ୱବ୍ୟାପୀ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri