ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ପୋଲିସ ଭୟରେ ବିଷ ପିଇଦେଲେ

ବାସୁଦେବପୁର/ସୋର,୨୭ା୨(ନାରାୟଣ ପ୍ରସାଦ ବାରିକ/ ଜନ୍ମେଜୟ ମିଶ୍ର):ବିବାହ ଲାଗି ମନା କରିବାରୁ ବାଲେଶ୍ୱର ଜିଲା ସୋର ଥାନା ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା ନାମ୍ନୀ ଯୁବତୀଙ୍କୁ ୩ଦିନ ତଳେ ଗଳାକାଟି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପ୍ରେମିକ ବିଶ୍ୱରଞ୍ଜନ ପୁହାଣ ଫେରାର ଥିଲେ। ସୋର ପୋଲିସ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ବୁଧବାର ସକାଳେ ବାସୁଦେବପୁର ପୋଲିସ ସହାୟତାରେ ବିଶ୍ୱରଞ୍ଜନଙ୍କୁ ଚୂଡ଼ାମଣି ଗ୍ରାମରୁ ଗିରଫ କରିଛି। ସେ ପୋଲିସ କବଳରୁ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ବାଟ ନ ପାଇ ଶେଷରେ ବିଷ ପିଇଦେବା ସହ ଏକ ପୋଖରୀକୁ ଡେଇଁପଡିଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାକୁ ଆଣିିବା ପରେ ସେଠାରୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ବିଶ୍ୱରଞ୍ଜନ ଓ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ବାଙ୍ଗାଲୋରରେ ଏକ ବେସରକାରୀ ସଂସ୍ଥାରେ ଚାକିରି କରିଥିଲେ। ଦୁହିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ସେଠାରୁ ଫେରିବା ପରେ ବିଶ୍ୱରଞ୍ଜନ ବାହା ହେବା ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିରେ ଜ୍ୟୋତିର୍ମୟୀ ରାଜି ନ ହେବାରୁ ବିଶ୍ୱରଞ୍ଜନ ତାଙ୍କ ଘରକୁ ଯାଇ ଏକ ଧାରୁଆ ଅସ୍ତ୍ରରେ ପ୍ରେମିକାଙ୍କ ଗଳା କାଟି ହତ୍ୟା କରିଥିଲେ। ଏନେଇ ଅଭିଯୋଗ ହେବା ପରେ ସୋର ଥାନାରେ ମାମଲା (ନଂ. ୧୬୨/୨୫) ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ସମୟରେ ବିଶ୍ୱରଞ୍ଜନ ନିଜ ଗାଁରେ ଥିବା ଖବର ପାଇ ସୋର ପୋଲିସ ବାସୁଦେବପୁର ପୋଲିସ ସହାୟତାରେ ଚୂଡ଼ାମଣି ଗ୍ରାମରେ ପହଞ୍ଚତ୍ଥିଲା। ପୋଲିସ ପହଞ୍ଚତ୍ବା ଜାଣିପାରି ବିଶ୍ୱରଞ୍ଜନ ଘରୁ ଯାଇ ଏକ ବୁଦାମୂଳେ ଲୁଚି ରହିଥିଲେ। ପୋଲିସ ଚାରିପଟୁ ଘେରାଉ କରିନେବା ପରେ ଖସିଯିବାର ରାସ୍ତା ନ ପାଇ ବିଶ୍ୱରଞ୍ଜନ ପାଖରେ ରଖିଥିବା ବିଷ ପିଇ ଦେଇଥିଲେ। ଏହାପରେ ନିକଟରେ ଥିବା ଏକ ପୋଖରୀକୁ ଡେଇଁପଡ଼ିଥିଲେ। ଗୁରୁତର ଅବସ୍ଥାରେ ବିଶ୍ୱରଞ୍ଜନଙ୍କୁ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri