ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ପୋଲିସ ଭୟରେ ବିଷ ପିଇଦେଲେ

ବାସୁଦେବପୁର/ସୋର,୨୭ା୨(ନାରାୟଣ ପ୍ରସାଦ ବାରିକ/ ଜନ୍ମେଜୟ ମିଶ୍ର):ବିବାହ ଲାଗି ମନା କରିବାରୁ ବାଲେଶ୍ୱର ଜିଲା ସୋର ଥାନା ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା ନାମ୍ନୀ ଯୁବତୀଙ୍କୁ ୩ଦିନ ତଳେ ଗଳାକାଟି ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପ୍ରେମିକ ବିଶ୍ୱରଞ୍ଜନ ପୁହାଣ ଫେରାର ଥିଲେ। ସୋର ପୋଲିସ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ବୁଧବାର ସକାଳେ ବାସୁଦେବପୁର ପୋଲିସ ସହାୟତାରେ ବିଶ୍ୱରଞ୍ଜନଙ୍କୁ ଚୂଡ଼ାମଣି ଗ୍ରାମରୁ ଗିରଫ କରିଛି। ସେ ପୋଲିସ କବଳରୁ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ବାଟ ନ ପାଇ ଶେଷରେ ବିଷ ପିଇଦେବା ସହ ଏକ ପୋଖରୀକୁ ଡେଇଁପଡିଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାକୁ ଆଣିିବା ପରେ ସେଠାରୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ବିଶ୍ୱରଞ୍ଜନ ଓ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ବାଙ୍ଗାଲୋରରେ ଏକ ବେସରକାରୀ ସଂସ୍ଥାରେ ଚାକିରି କରିଥିଲେ। ଦୁହିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ସେଠାରୁ ଫେରିବା ପରେ ବିଶ୍ୱରଞ୍ଜନ ବାହା ହେବା ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିରେ ଜ୍ୟୋତିର୍ମୟୀ ରାଜି ନ ହେବାରୁ ବିଶ୍ୱରଞ୍ଜନ ତାଙ୍କ ଘରକୁ ଯାଇ ଏକ ଧାରୁଆ ଅସ୍ତ୍ରରେ ପ୍ରେମିକାଙ୍କ ଗଳା କାଟି ହତ୍ୟା କରିଥିଲେ। ଏନେଇ ଅଭିଯୋଗ ହେବା ପରେ ସୋର ଥାନାରେ ମାମଲା (ନଂ. ୧୬୨/୨୫) ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ସମୟରେ ବିଶ୍ୱରଞ୍ଜନ ନିଜ ଗାଁରେ ଥିବା ଖବର ପାଇ ସୋର ପୋଲିସ ବାସୁଦେବପୁର ପୋଲିସ ସହାୟତାରେ ଚୂଡ଼ାମଣି ଗ୍ରାମରେ ପହଞ୍ଚତ୍ଥିଲା। ପୋଲିସ ପହଞ୍ଚତ୍ବା ଜାଣିପାରି ବିଶ୍ୱରଞ୍ଜନ ଘରୁ ଯାଇ ଏକ ବୁଦାମୂଳେ ଲୁଚି ରହିଥିଲେ। ପୋଲିସ ଚାରିପଟୁ ଘେରାଉ କରିନେବା ପରେ ଖସିଯିବାର ରାସ୍ତା ନ ପାଇ ବିଶ୍ୱରଞ୍ଜନ ପାଖରେ ରଖିଥିବା ବିଷ ପିଇ ଦେଇଥିଲେ। ଏହାପରେ ନିକଟରେ ଥିବା ଏକ ପୋଖରୀକୁ ଡେଇଁପଡ଼ିଥିଲେ। ଗୁରୁତର ଅବସ୍ଥାରେ ବିଶ୍ୱରଞ୍ଜନଙ୍କୁ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri