Posted inଜାତୀୟ

୨୦୨୨ରେ ମିଲିଟାରୀ ସ୍କୁଲରେ ନାମ ଲେଖାଇବେ ଝିଅ…

ନୂଆଦିଲ୍ଲୀ,୭।୧୦: ଆସନ୍ତା ୨୦୨୨ ବର୍ଷ ଜୁନ୍‌ରେ ଝିଅମାନେ ମିଲିଟାରୀ ସ୍କୁଲରେ ନାମ ଲେଖାଇ ପାରିବେ। ଏନେଇ ଗୁରୁବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଫଳରେ ୨୦୨୧ ଡିସେମ୍ବର ୧୮ରେ ହେବାକୁ ଥିବା ରାଷ୍ଟ୍ରୀୟ ଇଣ୍ଡିଆନ୍‌ ମିଲିଟାରୀ କଲେଜ (ଆର୍‌ଆଇଏମ୍‌ସି) ପ୍ରବେଶିକା ପରୀକ୍ଷା ଝିଅ ଦେଇପାରିବେ।

କେନ୍ଦ୍ର ସରକାର ଏହି ପରିପ୍ରେକ୍ଷୀରେ ନୂଆ ବିଜ୍ଞାପନ ଜାରି କରିବାକୁ ଶୀର୍ଷକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ଚର୍ଯ୍ୟା ଭାଟି ବିଚାରପତି ଏସ.କେ. କୌଲ ଏବଂ ଏମ.ଏମ. ସୁନ୍ଦରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କୁ ଏସମ୍ପର୍କିତ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତା ୨୮ ଡିସେମ୍ବର ୨୦୨୧ ପରୀକ୍ଷା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ରହିଛି। ତେଣୁ ଜୁନ୍‌ ୨୦୨୨ ପରିବର୍ତ୍ତେ ୨୦୨୩ ଜାନୁଆରୀରୁ ଆରମ୍ଭ ହେବାକୁ ଥିବା ସାମରିକ ବିଦ୍ୟାଳୟ ନାମ ଲେଖାରେ ଝିଅମାନଙ୍କୁ ସୁଯୋଗ ପ୍ରଦାନ କରାଯିବ।

ତେବେ ଏହାକୁ ଖଣ୍ଡପୀଠଙ୍କ ପକ୍ଷରୁ ଖାରଜ କରାଯାଇଛି। ଫଳରେ ଝିଅମାନେ ଆସନ୍ତା ୨୦୨୨ ବର୍ଷ ଜୁନ୍‌ରେ ମିଲିଟାରୀ ସ୍କୁଲରେ ନାମ ଲେଖାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri