Posted inଜାତୀୟ

ସୈନିକ ସ୍କୁଲ୍‌ରେ ପଢ଼ିବେ ବାଳିକା…

ନୂଆଦିଲ୍ଲୀ,୧୫।୮: ଏଣିକି ବାଳିକାମାନେ ସୈନିକ ସ୍କୁଲରେ ପଢ଼ିବେ। ସମ୍ପ୍ରତି ସମସ୍ତ କ୍ଷେତ୍ରରେ ବାଳିକାମାନେ ଭଲ ପ୍ରଦର୍ଶନ କରୁଛନ୍ତି। ବାଳିକାମାନେ ସୈନିକ ସ୍କୁଲ୍‌ରେ ପଢ଼ିବାକୁ ଚାହୁଁଛନ୍ତି। ତେଣୁ ସେମାନଙ୍କୁ ଏହି ସୁଯୋଗ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ ବାଳିକା ବିକାଶ ଯୋଜନା ଅନ୍ତର୍ଗତ ବହୁବିଧ କାର୍ଯ୍ୟ ହାତକୁ ନିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଅଢ଼େଇ ବର୍ଷ ପୂର୍ବେ ମିଜୋରାମର ପରୀକ୍ଷା ମୂଳକ ଭାବେ ପ୍ରଥମ ଥର ଲାଗି ସୈନିକ ସ୍କୁଲ୍‌ରେ ବାଳିକାମାନଙ୍କୁ ସାମିଲ୍‌ କରାଯାଇଥିଲା। ଏହା ବେଶ୍‌ ସଫଳ ରହିଛି। ତେଣୁ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଦେଶର ସମସ୍ତ ସୈନିକ ସ୍କୁଲ୍‌ରେ ବାଳିକାମାନଙ୍କୁ ପଢ଼ିବାର ସୁଯୋଗ ପ୍ରଦାନ କରାଯିବ। ଏହା ଦେଶ ପାଇଁ ଗର୍ବର ବିଷୟ, ଶିକ୍ଷା ହେଉ କି କ୍ରୀଡା, ବୋର୍ଡ ଫଳାଫଳ କିମ୍ବା ଅଲିମ୍ପିକ ପଦକ, ଦେଶର ଝିଅମାନେ ଆଜି ଚମତ୍କାର ପ୍ରଦର୍ଶନ କରୁଛନ୍ତି। ନୂଆ ଭାରତରେ ଝିଅମାନେ ସେମାନଙ୍କର ଉପଯୁକ୍ତ ସ୍ଥାନ ନେବାକୁ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?