Posted inଖେଳ

ଗିରୋ ଡି’ ଇଟାଲିଆ: ଗୋମେଜ୍‌ ଜିତିଲେ ୧୬ତମ ଷ୍ଟେଜ୍‌

ରୋମ୍‌, ୨୫ା୫: ଗିରୋ ଡି’ଇଟାଲିଆ ସାଇକ୍ଲିଂ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି କଲମ୍ବିଆର ଇଗାନ୍‌ ବର୍ନାଲ ଗୋମେଜ୍‌। ସେ ୪ ଘଣ୍ଟା ୨୨ ମିନିଟ ୪୧ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରିଥିଲେ। ସୋମବାର ଏହି ରେସ୍‌ ସାସିଲିଠାରୁ ଆରମ୍ଭ ହୋଇଥିଲା। ପ୍ରତିକୂଳ ପାଗ ଯୋଗୁ ରେସ୍‌ରୁ ଦୁଇଟି ପ୍ରମୁଖ ପାର୍ବତ୍ୟାଞ୍ଚଳ ପାସୋ ଫେଡାଇଆ ଓ ପାସୋ ପୋର୍ଡୋଇକୁ ବାଦ୍‌ ଦିଆଯାଇଥିଲା। ଏହି ଅଞ୍ଚଳରେ ବର୍ଷା ସହ ତୁଷାରପାତ ହେବା ପୂର୍ବାନୁମାନ କରାଯାଇଥିଲା। ରେସ୍‌କୁ ୨୧୨ କି.ମି.ରୁ ୧୫୩ କି.ମି.କୁ ହ୍ରାସ କରାଯାଇଥିଲା। ଗିରୋ ଡି’ଇଟାଲିଆ ସାଇକ୍ଲିଂ ରେସ୍‌ର ଏହି ଷ୍ଟେଜ୍‌କୁ ‘କୁଇନ୍‌ ଷ୍ଟେଜ୍‌’ କୁହାଯାଇଥାଏ। ଫ୍ରାନ୍ସର ରୋମେନ ବାର୍ଡେଟ୍‌ ଗୋମେଜଙ୍କଠାରୁ ୦:୦୦:୨୭ ସେକେଣ୍ଡ ପଛରେ ଦ୍ୱିତୀୟ ଏବଂ ଇଟାଲିର ଡାମିଆନୋ କାରୁସୋ ତୃତୀୟ ସ୍ଥାନରେ ରହିଥିଲେ। ସେହିପରି ଚତୁର୍ଥ ଓ ୫ମ ସ୍ଥାନ ଯଥାକ୍ରମେ ଇଟାଲିର ଗିଉଲିଓ ସିକୋନ୍‌ ଓ ଗ୍ରେଟ୍‌ ବ୍ରିଟେନ୍‌ର ହଗ୍‌ କାର୍ଥି ଅଧିକାର କରିଥିଲେ। ଷ୍ଟେଜ୍‌ ୧୬ ପରେ ଜେନେରାଲ କ୍ଲାସିଫିକେଶନରେ ଗୋମେଜ ୬୬:୩୬:୦୪ ଟାଇମିଂ ସହ ପ୍ରଥମ ସ୍ଥାନରେ ରହିଥିବା ବେଳେ ଡାମିଆନୋ କାରୁସୋ (୦:୦୨:୨୪) ଓ ହଗ୍‌ କାର୍ଥି (୦:୦୩:୪୦) ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?