ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): କରୋନାର ସଫଳ ମୁକାବିଲା କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି। ଆଗାମୀ ଦିନରେ ଓଡ଼ିଶା କରୋନା ମୁକ୍ତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାର ଭୟାବହତା ସମ୍ପର୍କରେ ଆମେରିକାରେ ରହୁଥିବା ତାଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କଠାରୁ ଜାଣିବାକୁ ପାଇଥିଲେ। ମେହେଟ୍ଟାଙ୍କ ପରାମର୍ଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ରାଜ୍ୟରେ କରୋନା ମୁକାବିଲା ପାଇଁ ପଦକ୍ଷେପ ନେଇଥିବା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ଭଞ୍ଜନଗର ବ୍ଲକ ଦଦରାଲୁଣ୍ଡାଠାରେ ଶୁକ୍ରବାର ଆୟୋଜିତ ସ୍ବଚ୍ଛତା ଓ ପରିବେଶ ସଚେତନତା ସଭାରେ ମନ୍ତ୍ରୀ ଆରୁଖ ଏହି କଥା କହିଛନ୍ତି। କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ସମ୍ମାନିତ ଅତିଥି ଭାବେ ସଭାରେ ଯୋଗଦେଇ, ସ୍ବଚ୍ଛତା ରଖିଲେ ହିଁ ସ୍ବାସ୍ଥ୍ୟ କ୍ଷେତ୍ରରେ ସୁରକ୍ଷିତ ରହିପାରିବା ବୋଲି କହିଥିଲେ। ରାଜ୍ୟର ସମସ୍ତ ଜିଲାରେ କିସ୍‌ର ଶାଖା ଖୋଲାଯିବ। ଗଞ୍ଜାମ ଜିଲାରେ ମଧ୍ୟ ଶାଖା ଖୋଲାଯିବ, ଏନେଇ ଜମି ଅଧିଗ୍ରହଣ ସରିଛି ବୋଲି ସେ କହିଥିଲେ।
ମନ୍ତ୍ରୀ ଆରୁଖ ଶୁକ୍ରବାର ଭଞ୍ଜନଗର ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସ୍ବଚ୍ଛତା ଓ ପରିବେଶ ସଚେତନତା ରଥକୁ ମନ୍ତ୍ରୀ ଆରୁଖ ଓ ଏମ୍‌ପି ସାମନ୍ତ ଦୁର୍ଗାପ୍ରସାଦଠାରେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାପରେ ଦୁର୍ଗାପ୍ରସାଦ ଗ୍ରାମରେ ସଫେଇ କାର୍ଯ୍ୟକ୍ରମରେ ଯୋଗଦେବା ସହ ଅଙ୍ଗନୱାଡ଼ି କେନ୍ଦ୍ର, ଦଦରାଲୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଚାରାରୋପଣ, ଅଙ୍ଗନୱାଡ଼ି କେନ୍ଦ୍ରର ନୂତନ କୋଠାକୁ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri