ରାଜ୍ୟ ବିଜେଡିର ସାଧରଣ ସମ୍ପାଦିକା ହେଲେ ଗୀତାଞ୍ଜଳି

ଡେରାବିଶ, ୨୧ା୦୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଓ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ଗୀତାଞ୍ଜଳି ସେଠୀଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ମନୋନୀତ କରାଯାଇଛି। ଏ ନେଇ ଦଳର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ା ଏହି ଖବର ପହଞ୍ଚିବା ପରେ ସମଗ୍ର ପାଟକୁରା ତଥା ଜିଲାର ବିଜେଡି କର୍ମୀ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି ା ଏଥିପାଇଁ ଗୀତାଞ୍ଜଳି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲଙ୍କ ସମେତ ଦଳୀୟ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି ା
ଗତ ସାଧାରଣ ନିର୍ବାଚନରେ ପାଟକୁରା ଓ କେନ୍ଦ୍ରାପଡା ବିଧାନସଭା କ୍ଷେତ୍ରପାଇଁ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ମହିଳାମାନଙ୍କୁ ଏକାଠିକରି ପ୍ରଚାର ଅଭିଯାନରେ ଗୀତାଞ୍ଜଳିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ା ତେବେ ଏଭଳି ନିଯୁକ୍ତି ପରେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ, ଯୁବ ବିଜେଡି ସଭାପତି ଗୋଲକ ଚନ୍ଦ୍ର ସାହୁଙ୍କ ସମେତ ବହୁ ଦଳୀୟ ନେତୃବୃନ୍ଦ ଗୀତାଞ୍ଜଳୀଙ୍କ ବାସଭବନକୁ ଯାଇ ସ୍ବାଗତ ଜଣାଇଛନ୍ତି ା ନିଜ ପ୍ରତିକ୍ରିୟା ରଖି ଗୀତାଞ୍ଜଳି କହିଛନ୍ତି ଦଳୀୟ କର୍ମୀ, ଯୁବକ, ଛାତ୍ର ଓ ମହିଳାଙ୍କ ସହଯୋଗ ଲୋଡି ସଂଗଠନକୁ ମଜଭୁତ କରିବାକୁ ସେ ସଂକଳ୍ପ ବଦ୍ଧ ା


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?