ଝାଡ଼ାବାନ୍ତିରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ ଦିଅ: ତାରା

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହୋହଲ୍ଲା ହୋଇଥିବା ବେଳେ ଭାଜପା ସରକାରଙ୍କୁ ଟାର୍ଗେଟ କରି କଡ଼ା ସମାଲୋଚନା କରିଛି। ଏହା ସହ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଘଟଣାକୁ ମନୁଷ୍ୟକୃତ କହିଛନ୍ତି। ଘଟଣାକୁ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ମଧ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ାବାନ୍ତି ଦ୍ୱାରା ଅବିଭକ୍ତ କୋରାପୁଟରେ ଏ ପର୍ଯ୍ୟନ୍ତ ୧୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। କାଶୀପୁରରେ ୧୪ ଏବଂ ସୋମବାର ଦଶମନ୍ତପୁରରେ ୩ ଜଣ ପ୍ରାଣ ହରାଇଛନ୍ତି । ଉତ୍କଳ ଆଲୁମିନା ଜାଣିଶୁଣି ଦୂଷିତ ପାଣି ଛାଡ଼ୁଛି। ଯେଉଁ ଏଗ୍ରିମେଣ୍ଟ ହୋଇଥିଲା କମ୍ପାନୀ ତାହା ପାଳନ କରୁନାହିଁ । ଏହାର ତଦନ୍ତ ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ କମିଟି ଗଠନ ପାଇଁ ସେ ଦାବି କରିଛନ୍ତି । ଏଥିସହ ଝାଡ଼ାବାନ୍ତିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ବାହିନୀପତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri