ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ଲକ୍ଷ ଦିଅ

ରାଉରକେଲା,୨୩।୧୨(ସଙ୍ଗୀତା ଜେନା): ସ୍ମାର୍ଟସିଟି ରାଉରକେଲାରେ ଝାଡ଼ାବାନ୍ତି ଉଗ୍ରରୂପ ଧାରଣ କରିଛି। ଏଥିରେ ହଜାର ହଜାର ଲୋକ ସଂକ୍ରମିତ ହୋଇଥିବାବେଳେ ୧୧ଜଣଙ୍କ ମୃତ୍ୟୁ ହେଲାଣି। ଏହା ସରକାରଙ୍କ ପାରିଲାପଣିଆର ମୁଖା ଖୋଲିଦେଇଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦରେ ଦଳ ପକ୍ଷରୁ ରାଉରକେଲା ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ଡା. ଶୁଭଙ୍କର ମହାପାତ୍ରଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ରାଉରକେଲା ସାଙ୍ଗଠନିକ ଜିଲା କଂଗ୍ରେସ ସଭାପତି ରଶ୍ମିରଞ୍ଜନ ପାଢ଼ୀଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଂଗ୍ରେସ ନେତା ବିରେନ ସେନାପତି, ବିନୋଦ ଚନ୍ଦ୍ର ରାଉତ, ଏମ୍‌ଡ଼ି ସାକିର ହୁସେନ, ବିଜୟ ସାହୁ, ଇଜାଜ ଅଖତାର, ପ୍ରଶାନ୍ତ ରାୟ, ନିରୁପମା ବଳିଆରସିଂ, ଲତା ନାୟକ, ତୁଳସୀ ନାଗ, ସରୋଜ ଲେଙ୍କା, ରଘୁନାଥ ଦାଶ, ଆୟୂବ ଖାନ୍‌ଙ୍କ ସମେତ ଶତାଧିକ କର୍ମକର୍ତ୍ତା ଯୋଗଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ଗତ ୮ତାରିଖରୁ ବିଭିନ୍ନ ଅଞ୍ଚଳରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୧୪ ତାରିଖ ସୁଦ୍ଧା ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଥିଲା।

ସେତେବେଳେ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରାଗଲାନାହିଁ। ଫଳରେ ଏଥିରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ବହୁ ପ୍ରଚାର ଓ ପ୍ରସାରିତ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ଯୋଜନା ସ୍ମାର୍ଟସିଟିରେ ପ୍ରହସନରେ ପରିଣତ ହୋଇଛି। ଅନୁରୂପ ଭାବେ ୱାଟ୍‌କୋ ଓ ସ୍ବେରେଜ ବୋର୍ଡ କର୍ତ୍ତୃପକ୍ଷଙ୍କ ଚରମ ଅବହେଳା ଯୋଗୁ ଏପରି ପରିସ୍ଥିତି ଉପୁଜିଛି ବୋଲି କଂଗ୍ରେସ ନେତାମାନେ ଅଭିଯୋଗ କରିଥିଲେ। ୱାଟ୍‌କୋ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ପରିବର୍ତ୍ତେ ଝାଡ଼ାବାନ୍ତି, ହଇଜା ଭଳି ମହାମାରୀ ପରିସ୍ଥିତି ସୃଷ୍ଟି କରିଛି। ଛାଡ଼ାବାନ୍ତି ମୃତକଙ୍କ ପରିବାରଙ୍କୁ ଅନୂ୍ୟନ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଯୋଗାଇ ଦେବା ପାଇଁ ଜିଲା କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?