କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ସାକ୍ଷାତ କରିଛନ୍ତି। ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୨୦୨୦-୨୧ରେ ଓଡ଼ିଶାରୁ ୧୫୩.୮୫ ନିୟୁତ ଟନ୍‌ କୋଇଲା ଉତ୍ପାଦନ ହୋଇଛି, ଯାହାକି ସମଗ୍ର ଦେଶ ପାଇଁ ହେଉଥିବା ଆବଶ୍ୟକତାର ୨୫ ପ୍ରତିଶତ। କେନ୍ଦ୍ର ସରକାର ଓଡ଼ିଶାରୁ ପ୍ରତି ଟନ୍‌ରୁ କ୍ଲିନ୍‌ ଏନର୍ଜି ସେସ୍‌ ବାବଦରେ ୪୦୦ ଟଙ୍କା ଆଦାୟ କରୁଛନ୍ତି। ଏହା ୫୦ ହଜାର କୋଟି ଟଙ୍କା ହେବ। ସେଥିରୁ ଓଡ଼ିଶାର ଭାଗ ୬୦ ପ୍ରତିଶତ ହିସାବରେ ୩୦ ହଜାର କୋଟି କେନ୍ଦ୍ର ସରକାର ଦେବା ଦରକାର। ଏହି ଅର୍ଥ କୋଇଲା ଖଣି ଅଞ୍ଚଳ ଏବଂ ଏହାଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଲୋକମାନଙ୍କର ଆର୍ଥିକ ବିକାଶ କାର୍ଯ୍ୟରେ ଲଗାଯାଇ ପାରିବ। କେବଳ ସେତିକି ନୁହେଁ ଏହି ଅର୍ଥ କୋଭିଡ୍‌ ମହାମାରୀ ପରବର୍ତ୍ତୀ ସମୟରେ ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଅବଗତ କରାଇଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଏବଂ ଢେଙ୍କାନାଳ ମେଡିକାଲ କଲେଜ ପ୍ରସଙ୍ଗ ଉଠାଇଥିଲେ। ଏହାଛଡ଼ା ସୁନ୍ଦରଗଡ଼ଠାରେ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏନ୍‌ଟିପିସି ଦ୍ୱାରା ୫୦୦ ଶଯ୍ୟା ଏବଂ ୧୦୦ ସିଟ୍‌ ବିଶିଷ୍ଟ ସୁନ୍ଦରଗଡ ମେଡିକାଲ କଲେଜ ନିର୍ମାଣ ଶେଷ ହୋଇଛି। ଏ ପର୍ଯ୍ୟନ୍ତ ତାହା କାର୍ଯ୍ୟକ୍ଷମ ହୋଇନାହିଁ। ପୂର୍ବରୁ ରାଜ୍ୟ ସରକାର ବହୁବାର ଚିଠି ଲେଖି କେନ୍ଦ୍ର ସରକାରଙ୍କୁ ଏ ବାବଦରେ ଜଣାଇଛନ୍ତି। ସମଗ୍ର ଦେଶକୁ ଶକ୍ତି ସୁରକ୍ଷା ଯୋଗାଇବା ସହ ଇସ୍ପାତ୍‌ ଏବଂ ଲୁହାପଥର ଉତ୍ପାଦନ କ୍ଷେତ୍ରରେ ସୁନ୍ଦରଗଡ଼ର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ଆଦିବାସୀ ବହୁଳ ଜିଲାରେ ଦୀର୍ଘଦିନର ଦାବିକୁ ଦୃଷ୍ଟିରେ ରଖି ଏମ୍ସ ଖୋଲିବାକୁ କେନ୍ଦ୍ର ସରକାର ଆଗେଇ ଆସିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ ସୂଚେଇ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲ ଭିତ୍ତିଭୂମି ଦୀର୍ଘ ଦିନ ଧରି ପଡ଼ିରହିଛି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୫୦୦ ଶଯ୍ୟା ଏବଂ ୧୦୦ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜ ଓ ହସ୍ପିଟାଲ ଢେଙ୍କାନାଳ ଏବଂ ଅନୁଗୋଳ ଲୋକମାନଙ୍କ ପାଇଁ ବହୁମାତ୍ରାରେ ଉପକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଆଲୋଚନା ବେଳେ ରେଳ, କୋଇଲା ଓ ଖଣି ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାନ୍‌ଭେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri