‘ଶତପ୍ରତିଶତ ପ୍ରସ୍ତୁତି ପ୍ରମାଣପତ୍ର ଦିଅ’

ଭୁବନେଶ୍ୱର, ୨୫ା୩(ବ୍ୟୁରୋ): ରାଜ୍ୟର ପାନୀୟଜଳ ଯୋଗାଣ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସମୀକ୍ଷା କରିଛନ୍ତି। ସମସ୍ତ ଗ୍ରାମ ପଞ୍ଚାୟତ ଏବଂ ପୌରାଞ୍ଚଳ କର୍ତ୍ତୃପକ୍ଷ ପାନୀୟ ଜଳ ଯୋଗାଣ ନେଇ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣପତ୍ର ଦେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚଳିତବର୍ଷ ଶୀଘ୍ର ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ଅଧିକ ଗରମ ହେବା ଆଶଙ୍କା ରହିଛି। ତଦନୁଯାୟୀ ପ୍ରସ୍ତୁତି କରିବାକୁ ପଡ଼ିବ। ପାନୀୟ ଜଳ ସମସ୍ୟା ଥିବା ହଟସ୍ପଟ୍‌ ଅଞ୍ଚଳଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ସରକାର ପାନୀୟ ଜଳର ସୁବିଧା ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରୁଛନ୍ତି। ଗ୍ରାମାଞ୍ଚଳରେ ୧୭ ହଜାର କୋଟି ଟଙ୍କା ବ୍ୟୟରେ ୮୯ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ୨୦୨୪ ସୁଦ୍ଧା ସବୁ ଗ୍ରାମୀଣ ପରିବାରକୁ ଶତପ୍ରତିଶତ ପାଇପ ଜଳ ଯୋଗାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ସହରାଞ୍ଚଳରେ ଗତ ୩ବର୍ଷ ମଧ୍ୟରେ ପାନୀୟ ଜଳ ଯୋଗାଣ ପାଇଁ ୩୮୦୦ କୋଟି ଟଙ୍କା ବ୍ୟୟ ହୋଇଛି। ୨୦୨୨ ସୁଦ୍ଧା ସହରାଞ୍ଚଳର ସବୁ ପରିବାରକୁ ପାଇପ ଜଳ ଯୋଗାଣ କରାଯିବାକୁ ଲକ୍ଷ୍ୟ ରହିଛି। ମୁଖ୍ୟ ଶାସନ ସଚିବ ଏବଂ ଜିଲାପାଳ ନିୟମିତ ସମୀକ୍ଷା କରି ପାନୀୟ ଜଳଯୋଗାଣ ବ୍ୟବସ୍ଥାର ତଦାରଖ କରିବେ। କାର୍ଯ୍ୟରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂହ କହିଛନ୍ତି, ଜାତୀୟସ୍ତରରେ ୮୧% ଲୋକଙ୍କୁ ବ୍ୟକ୍ତି ପିଛା ଦୈନିକ ୪୦ ଲିଟର ପାଣି ଯୋଗାଇ ଦିଆଯାଉଛି। ଓଡ଼ିଶାରେ ୧୦୦% ଲୋକଙ୍କୁ ବ୍ୟକ୍ତି ପିଛା ଦୈନିକ ୪୦ ଲିଟର ପାଣି ଦିଆଯାଉଛି। ଗ୍ରାମାଞ୍ଚଳ ଜନସଂଖ୍ୟାର ୪୭.୬୫% ଜନସାଧାରଣ, ୫୪% ଗଁା ଏବଂ ୨୭% ଜନବସତିକୁ ପାଇପ ପାଣି ସୁବିଧା ଦିଆଯାଇଛି। ଖରାଦିନ ଲାଗି ସବୁ ଟ୍ୟୁବଓ୍ବେଲ ଯାଞ୍ଚ କରାଯାଉଛି। ଜଳକଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଜରିଆରେ ପାଣି ଯୋଗାଣ ହେଉଥିବା ସେ କହିଛନ୍ତି। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri