ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି, ତାହା ଆପଣମାନେ ଜାଣିଛନ୍ତି। ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ମଧ୍ୟ ବିରୋଧୀ ସେହିଭଳି ଗାଳି ଦେଉଛନ୍ତି। ଦୀପାଳି ଝାରସୁଗୁଡ଼ା ମାଟିର ଝିଅ, ତାଙ୍କୁ ସେବା କରିବାର ସୁଯୋଗ ଦେବେ। ଝାରସୁଗୁଡ଼ାବାସୀ ଦୀପାଳିଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ଅମିଲିପାଲିଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଅନୁରୋଧ କରି କହିଥିଲେ।

ସ୍ବର୍ଗତ ନବକିଶୋର ଜଣେ ଦକ୍ଷ ଓ ଲୋକପ୍ରିୟ ନେତା ଥିଲେ। ସେ ଆଜି ଆମ ଗହଣରେ ନାହାନ୍ତି, କିନ୍ତୁ ତାଙ୍କର ବିକାଶମୂଳକ କାମ ପାଇଁ ଝାରସୁଗୁଡ଼ାବାସୀ ତାଙ୍କୁ ମନେରଖିବେ। ତାଙ୍କ ଦାୟିତ୍ୱ ନେବା ପାଇଁ ତଥା ଲୋକଙ୍କ ସେବା କରିବା ଲାଗି ତାଙ୍କ ସୁଯୋଗ୍ୟ କନ୍ୟା ଦୀପାଳି ଆଗେଇ ଆସିଛନ୍ତି। ସେ ଜଣେ ଉଚ୍ଚଶିକ୍ଷିତା ଏବଂ ସମାଜସେବାରେ ତାଙ୍କର ରୁଚି ରହିଛି। ବିଶ୍ବାସ, ତାଙ୍କୁ ସେବା କରିବାର ସୁଯୋଗ ମିଳିଲେ ଏହାକୁ ସେ ସାକାର କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଝାରସୁଗୁଡ଼ାର ବିକାଶ ହେଉଛି। ଜନସାଧାରଣ ଚାହିଁଲେ ଝାରସୁଗୁଡ଼ା ୧ ନମ୍ବର ଶିଳ୍ପସମୃଦ୍ଧ ସହର ହୋଇପାରିବ। ଏପରି କି ନିର୍ବାଚନରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri