ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି, ତାହା ଆପଣମାନେ ଜାଣିଛନ୍ତି। ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ମଧ୍ୟ ବିରୋଧୀ ସେହିଭଳି ଗାଳି ଦେଉଛନ୍ତି। ଦୀପାଳି ଝାରସୁଗୁଡ଼ା ମାଟିର ଝିଅ, ତାଙ୍କୁ ସେବା କରିବାର ସୁଯୋଗ ଦେବେ। ଝାରସୁଗୁଡ଼ାବାସୀ ଦୀପାଳିଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ଅମିଲିପାଲିଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଅନୁରୋଧ କରି କହିଥିଲେ।

ସ୍ବର୍ଗତ ନବକିଶୋର ଜଣେ ଦକ୍ଷ ଓ ଲୋକପ୍ରିୟ ନେତା ଥିଲେ। ସେ ଆଜି ଆମ ଗହଣରେ ନାହାନ୍ତି, କିନ୍ତୁ ତାଙ୍କର ବିକାଶମୂଳକ କାମ ପାଇଁ ଝାରସୁଗୁଡ଼ାବାସୀ ତାଙ୍କୁ ମନେରଖିବେ। ତାଙ୍କ ଦାୟିତ୍ୱ ନେବା ପାଇଁ ତଥା ଲୋକଙ୍କ ସେବା କରିବା ଲାଗି ତାଙ୍କ ସୁଯୋଗ୍ୟ କନ୍ୟା ଦୀପାଳି ଆଗେଇ ଆସିଛନ୍ତି। ସେ ଜଣେ ଉଚ୍ଚଶିକ୍ଷିତା ଏବଂ ସମାଜସେବାରେ ତାଙ୍କର ରୁଚି ରହିଛି। ବିଶ୍ବାସ, ତାଙ୍କୁ ସେବା କରିବାର ସୁଯୋଗ ମିଳିଲେ ଏହାକୁ ସେ ସାକାର କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଝାରସୁଗୁଡ଼ାର ବିକାଶ ହେଉଛି। ଜନସାଧାରଣ ଚାହିଁଲେ ଝାରସୁଗୁଡ଼ା ୧ ନମ୍ବର ଶିଳ୍ପସମୃଦ୍ଧ ସହର ହୋଇପାରିବ। ଏପରି କି ନିର୍ବାଚନରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri