ଜିଲାରେ ୩ ବର୍ଷ ପୂରଣ କରିଥିବା ଅଧିକାରୀଙ୍କ ତଥ୍ୟ ଦିଅ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ଗୋଟିଏ ଜିଲାରେ ୩ ବର୍ଷ ଚାକିରିରେ ଥିବା ଅଧିକାରୀମାନଙ୍କୁ ଏବେ ବଦଳି କରିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏନେଇ ଗତ ୨୫ ତାରିଖରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ଟି. ମାଝୀ ସବୁ ଜିଲାପାଳଙ୍କୁ ଏକ ଚିଠି କରିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଗତ ୩ ତାରିଖରେ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହି ନିର୍ଦ୍ଦେଶ ଦେଇଥିଲେ। ୨୦୨୪ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପ୍ରସ୍ତୁତି ଲାଗି ବଦଳି ଏବଂ ନିଯୁକ୍ତି ପ୍ରକ୍ରିୟା ଶେଷ କରାଯିବା ଆବଶ୍ୟକ। ୨୯ ତାରିଖ ପୂର୍ବରୁ ଜିଲାରେ ଗତ ୪ ବର୍ଷ ଭିତରେ ଯେଉଁ ଓଏଏସ୍‌, ଓଆର୍‌ଏସ ଏବଂ ଗ୍ରୁପ୍‌-ବି’ର ଅଧିକାରୀମାନଙ୍କ କାର୍ଯ୍ୟକାଳ ୩ ବର୍ଷ ପୂରଣ ହୋଇସାରିଛି ସେମାନଙ୍କ ତାଲିକା କରି ପ୍ରଦାନ କର। ଏହାସହ ଯେଉଁମାନେ ସେମାନଙ୍କ ନିଜ ଜିଲାରେ ୩ ବର୍ଷ କାମ କଲେଣି ସେମାନଙ୍କ ତାଲିକା ମଧ୍ୟ ଦେବାକୁ କହିଛନ୍ତି। ଏପରିକି ଆସନ୍ତା ନିର୍ବାଚନର ୫ ମାସ ପୂର୍ବରୁ ମଧ୍ୟ ଯେଉଁମାନେ ଗୋଟିଏ ସ୍ଥାନରେ ୩ ବର୍ଷ କାମ କରିଥିବେ ସେମାନଙ୍କ ତାଲିକା ମଧ୍ୟ ଦେବାକୁ କୁହାଯାଇଛି। ଏହାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭଲ ଭାବେ ନିୟମାନୁଯାୟୀ କାର୍ଯ୍ୟକାରୀ କରିବେ। ଆସନ୍ତା ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଲାଗି ଅଫିସରଙ୍କ ବଦଳି, ନିଯୁକ୍ତି ସହ ଜିଲାରେ ଜିଲା ନିର୍ବାଚନ ଅଧିକାରୀ(ଡିଇଓ) ଏବଂ ରିଟର୍ନିଂ ଅଫିସରଙ୍କ ଉପସ୍ଥିତି ସୁଦୃଢ଼ କରିବାକୁ ଉକ୍ତ ଚିଠିରେ ନିର୍ଦ୍ଦେଶ ରହିଥିଲା।
୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୨୪ ମେ ମାସ ପୂର୍ବରୁ ନିର୍ବାଚନ ହେବାକୁ ଥିବାରୁ ସରକାରୀ ଅଧିକାରୀଙ୍କ ଟ୍ରାନ୍ସଫର ଓ ପୋଷ୍ଟିଙ୍ଗ ସହ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଅଧିକ ସଶକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ନିର୍ବାଚନ ଅଧିକାରୀ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ସମସ୍ତ ତଥ୍ୟ ମାଗିଛନ୍ତି। ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ କରିବାକୁ ଅଧିକାରୀଙ୍କ ପୋଷ୍ଟିଙ୍ଗ ଓ ବଦଳି ନେଇ ନିର୍ବାଚନ କମିଶନ କିଛି କଟକଣା ରଖିଛନ୍ତି। ନିର୍ବାଚନ ପ୍ରକ୍ରିୟା ସହ ଜଡ଼ିତ କୌଣସି ଅଧିକାରୀ ନିଜ ଜିଲାରେ ରହିପାରିବେ ନାହିଁ। ଜିଲା ନିର୍ବାଚନ ଅଧିକାରୀ, ରିଟର୍ନିଂ ଅଫିସର, ପୋଲିସ ଇନ୍‌ସପେକ୍ଟର, ସବ-ଇନ୍‌ସପେକ୍ଟର ଯେଉଁମାନେ ୨୦୧୯ ସାଧାରଣ ନିର୍ବାଚନରେ ଯେଉଁଠି ଥିଲେ, ସେମାନେ ୨୦୨୪ରେ ସେହି ଜାଗାରେ ରହିପାରିବେ ନାହିଁ। ଯଦି କେଣସି ଛୋଟ ଜିଲାରେ ଅଧିକାରୀଙ୍କ ସମସ୍ୟା ଥାଏ, ତେବେ ସେ ବାବଦରେ ଯଥେଷ୍ଟ କାରଣ ନିର୍ବାଚନ କମିଶନଙ୍କୁ ରାଜ୍ୟ ସରକାର ଜଣାଇବେ। ଏହି ନିୟମ ପୋଲିସ ଆଇଜି, ଡିଆଇଜି, ଏସପି, ଏସ୍‌ଡିପିଓଙ୍କ କ୍ଷେତ୍ରରେ ଲାଗୁ ହେବ। ନିର୍ବାଚନର ୬ ମାସ ମଧ୍ୟରେ ଅବସର ନେବାକୁ ଥିବା କମର୍ଚାରୀ ଓ ଅଧିକାରୀଙ୍କ ପାଇଁ ଏହା ଲାଗୁ ହେବ ନାହିଁ। ଯେଉଁ କମର୍ଚାରୀ ଓ ଅଧିକାରୀମାନେ କମ୍ପ୍ୟୁଟର ସେଲ୍‌, ଟ୍ରେନିଙ୍ଗ, ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଥିବେ, ସେମାନଙ୍କ ପାଇଁ ଏହି ନିୟମ ଲାଗୁ ହେବ ନାହିଁ ବୋଲି ନିର୍ବାଚନ କମିଶନ ମଡ଼େଲ କୋଡ଼ରେ ସ୍ପଷ୍ଟ କରିଛନ୍ତି। ଏହାସହ ରାଜ୍ୟ ମୁଖ୍ୟାଳୟରେ କାର୍ଯ୍ୟରତ ଅଧିକାରୀ ଓ କମର୍ଚାରୀଙ୍କ ପାଇଁ ଏହି ନିୟମ ମଧ୍ୟ ପ୍ରଯୁଜ୍ୟ ନୁହେଁ। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରି ବଦଳି ଓ ନିଯୁକ୍ତି କାମ ସାରିବାକୁ ମଡ଼େଲ କୋଡ଼ରେ ଉଲ୍ଲେଖ ରହିଛି। ସେହିପରି ନିର୍ବାଚନ ପାଇଁ ମଡ଼େଲ କୋଡ଼ ଲାଗୁ ହେବା ପରେ କୌଣସି ମନ୍ତ୍ରୀ, ରାଜନେତା ସରକାରୀ ଅଧିକାରୀଙ୍କ ସହ ଭିଡ଼ିଓ କନଫରେନ୍ସ କରିବାକୁ ହେଲେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅନୁମତି ନେବାକୁ ପଡ଼ିବ। ଉକ୍ତ ବୈଠକର ବିବରଣୀ ଗଣମାଧ୍ୟମକୁ ଦେବେ ନାହିଁ। ସେହିପରି କୌଣସି ଅଧିକାରୀଙ୍କ ସ୍ବାମୀ କିମ୍ବା ସ୍ତ୍ରୀ ରାଜନୈତିକ ଦଳ ସହ ଜଡ଼ିତ ଥିଲେ, ସେହି ଅଧିକାରୀଙ୍କ ଟୁର୍‌ ଓ ଛୁଟି ଉପରେ ମଧ୍ୟ କଟକଣା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri