Posted inଜାତୀୟ

ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଦିଅ

ନୂଆଦିଲ୍ଲୀ,୨୪ା୧୨ : ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତା, ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ମାମଲାରେ ପୀଡ଼ିତା ସରକାରୀ ଓ ଘରୋଇ ହସ୍ପିଟାଲ ସମେତ ନର୍ସିଂହୋମ୍‌ଗୁଡ଼ିକରେ ମାଗଣା ଚିକିତ୍ସା ସୁବିଧା ପାଇବାକୁ ହକ୍‌ଦାର ବୋଲି ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଏକ ଐତିହାସିକ ରାୟରେ କହିଛନ୍ତି। ଅଦାଲତଙ୍କ ଏହି ନିର୍ଦ୍ଦେଶନାମାକୁ କେନ୍ଦ୍ର ଓ ରାଜ୍ୟ ପାଣ୍ଠିରେ ପରିଚାଳିତ ସମସ୍ତ ଅନୁଷ୍ଠାନ, ଘରୋଇ ହସ୍ପିଟାଲ, କ୍ଲିନିକ୍‌ ଏବଂ ନର୍ସିଂହୋମଗୁଡ଼ିକୁ ଅନୁପାଳନ କରିବାକୁ ହେବ ବୋଲି ଜଷ୍ଟିସ ପ୍ରତିଭା ଏମ୍‌. ସିଂ ଏବଂ ଅମିତ୍‌ ଶର୍ମାଙ୍କ ଖଣ୍ଡପୀଠ କହିଛନ୍ତି। ଉପରୋକ୍ତ ପୀଡ଼ିତାମାନଙ୍କୁ ସ୍ବାସ୍ଥ୍ୟସେବା ଅନୁଷ୍ଠାନଗୁଡ଼ିକ ପ୍ରାଥମିକ ଚିକିତ୍ସା, ନିଦାନ, ଲାବରେଟୋରି ପରୀକ୍ଷା, ଆବଶ୍ୟକ ସ୍ଥଳେ ଅସ୍ତ୍ରୋପଚାର, ଶାରୀରିକ ଓ ମାନସିକ ପରାମର୍ଶ ସେବା, ମନସ୍ତାତ୍ତ୍ୱିକ ସହାୟତା ଏବଂ ପରିବାର କାଉନ୍‌ସେଲିଂ ଆଦି ସମସ୍ତ ଚିକିତ୍ସା ଯୋଗାଇଦେବେ।

ଅଦାଲତକୁ ନିୟମିତ ବହୁସଂଖ୍ୟାରେ ବଳାତ୍କାର ଓ ପୋକ୍‌ସୋ ମାମଲା ଆସୁଛି। ଏହି ମାମଲାର ପୀଡ଼ିତାମାନଙ୍କୁ ଜରୁରୀ ଚିକିତ୍ସା, ଦୀର୍ଘକାଳୀନ ଡାକ୍ତରୀ ସହାୟତା, ନିଦାନ, କାଉନ୍‌ସେଲିଂ ସେବା ଆଦି ଆବଶ୍ୟକ। ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌) ଅଥବା ସିଆର୍‌ପିସିରେ ଏଥିପାଇଁ ବ୍ୟବସ୍ଥା ରହିଥିବା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା ଜାରି ସତ୍ତ୍ୱେ ଯୌନ ହିଂସା ଏବଂ ଏସିଡ୍‌ ଆକ୍ରମଣ ପୀଡ଼ିତାମାନେ ମାଗଣା ଡାକ୍ତରୀ ଚିକିତ୍ସା ପାଇବାରେ କ୍ରମାଗତ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହୋଇଆସୁଛନ୍ତି। ଏହା ଜାଣିବା ପରେ ଅଦାଲତ ଏହାର ରୁଲିଂକୁ ଯୌନ ଅପରାଧ ମାମଲାର ଶୁଣାଣି କରୁଥିବା ସମସ୍ତ ଅଦାଲତଙ୍କୁ ଜଣାଇଦେବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଧାରା ୩୯୭ (ସିଆର୍‌ପିସିର ଧାରା ୩୫୭ସି) ଅନୁଯାୟୀ ସମସ୍ତ ପୀଡ଼ିତାଙ୍କୁ ସେମାନଙ୍କ ନ୍ୟାୟିକ ଅଧିକାର ସମ୍ପର୍କରେ ଜଣାଇବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଭଳି ମାମଲାଗୁଡ଼ିକ ସମ୍ପର୍କରେ ସମସ୍ତ ଆନୁଷଙ୍ଗିକ ମେଡିକାଲ ପ୍ରତିଷ୍ଠାନକୁ ଜଣାଇ ଦିଆଯିବା ଜରୁରୀ ବୋଲି ଅଦାଲତ କହିଛନ୍ତି।



Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri