୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି

ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି କନ୍ଧମାଳ ଏମ୍‌ପି ଏବଂ ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ସେ କହିଛନ୍ତି, ଗୁଜୁରାଟରେ ମୁଁ ମୁଖ୍ୟମନ୍ତ୍ରୀ ଥିଲି। ସେଠି ଲୁଣ ଛଡ଼ା କିଛି ନାହିଁ। କିନ୍ତୁ ଗୁଜୁରାଟ ଆଗକୁ ଯାଇଛି। ଓଡିଶାରେ ସବୁ ଅଛି। ଆମେ କାହିଁକି ଆଗକୁ ଯାଇପାରିବା ନାହିଁ। ଏହି ୫ ବର୍ଷ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ପଦ୍ମ ଫୁଲରେ ଭୋଟ ଦେଇ ଏଠାରେ ଭାଜପାକୁ ବିଜୟୀ କରାନ୍ତୁ ା ଓଡ଼ିଶା ସବୁଠୁ ଆଗରେ ରହିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ସେ ଆହୁରି କହିଛନ୍ତି, ଆପଣଙ୍କ ଗୋଟିଏ ଭୋଟ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର କରିବ। ଓଡ଼ିଶାର ୨୧ ଲୋକ ସଭା ପ୍ରାର୍ଥୀଙ୍କୁ ଆପଣମାନେ ସଂସଦ ପଠାଇବାର ଅଛି। କନ୍ଧମାଳର ଏମ୍‌ପି ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଦିଲ୍ଲୀ ପଠାନ୍ତୁ। ଖାଲି ଏତିକି ନୁହେଁ, କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସମସ୍ତ ୭ ବିଧାନସଭା ପ୍ରାର୍ଥୀଙ୍କୁ ଜିତାନ୍ତୁ। ମୋତେ ଖାଲି ୫ ବର୍ଷ ସମୟ ଦିଅନ୍ତୁ। କେବଳ ଥରେ ମାତ୍ର ଆପଣମାନେ ସୁଯୋଗ ଦିଅନ୍ତୁ, ଓଡିଶା ସବୁ ରାଜ୍ୟଠରୁ ଆଗରେ ରହିବ ବୋଲି କହିଛନ୍ତି। ସେହିପରି କେନ୍ଦ୍ର ସରକାରଙ୍କ ଆୟୂଷ୍ମାନ ଯୋଜନାକୁ ରାଜ୍ୟ ସରକାର କାହିଁକି ଲାଗୁ କରୁ ନାହାନ୍ତି ବୋଲି ପ୍ରଶ୍ନ କରିଥିଲେ। ଏଥିସହ କନ୍ଧମାଳରେ ରାଷ୍ଟ୍ରୀୟ ହଳଦୀ ବୋର୍ଡ, ମସଲା ପାର୍କ, ପର୍ଯ୍ୟଟନର ବିକାଶ, ମୁଦ୍ରା ଯୋଜନା ଏବଂ ଅନ୍ୟ ଜନ କଲ୍ୟାଣକାରୀ ଯୋଜନା ଉପରେ ଉପସ୍ଥିତ ଲୋକଙ୍କୁ ଅବଗତ କରିଥିଲେ। ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ହେବ ବୋଲି ଚାଷୀମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ହଳଦୀ ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ମିଳିବ ବୋଲି କହିଥିଲେ। ମୋଦି ସବ୍‌ସେ ବଡ଼ା ଗ୍ୟାରେଣ୍ଟି। ଆପଣମାନେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେଇ ଡବଲ ଇଞ୍ଜିନ ସରକାର କରନ୍ତୁ ବୋଲି କହିଥିଲେ। ରାଜ୍ୟରେ ଭାଜପା ସରକାର ଆସିଲେ ଜମି ମାଫିଆଙ୍କ ରାଜ ଶେଷ ହେବ ବୋଲି କହିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବାହ୍ନ ୧୦ଟା ୪୦ରେ ଆସି କନ୍ଧମାଳ ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ସେଠାରେ ଉପସ୍ଥିତ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଏବଂ ଜଗନ୍ନାଥ ମନ୍ଦିରକୁ ୧ ଲକ୍ଷ ଟଙ୍କା ଦାନ କରିଥିବା ଭିକାରୁଣୀ ତୁଳା ବେହେରାଙ୍କ ଆଶୀର୍ବାଦ ନେଇଥିଲେ। ପ୍ରଧାନମନ୍ତ୍ରୀ ସଭାସ୍ଥଳରେ ପହଞ୍ଚତ୍ଲା ପରେ ଜୟ ଜଗନ୍ନାଥରୁ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଓଡ଼ିଆରେ ଏଠି ଉପସ୍ଥିତ ସମସ୍ତ ବ୍ୟକ୍ତିଙ୍କୁ ନମସ୍କାର କରିଥିଲେ। ଏଥିସହ ମା’ ବରାଳ ଦେବୀ, ମା’ ନାରାୟଣୀ, ମା’ ପାଟଖଣ୍ଡାଙ୍କ ନାମ ନେଇ କନ୍ଧମାଳ ଆସି ବହୁତ ଖୁସି ବୋଲି କହିଥିଲେ। ଏହା ଶୁଣି ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ଆନନ୍ଦ ଉଲ୍ଲାସ ପରିଲକ୍ଷିତ ହୋଇଥିଲା। ଏହାପରେ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଏବଂ ତୁଳା ବେହେରାଙ୍କ ପାଖରୁ ଅଶୀର୍ବାଦ ନେଇ ମାତୃ ଶକ୍ତି ଉପରେ କିଛି ନାହିଁ ା ଏଭଳି ମା’ଙ୍କ ପାଖରୁ ଆଶୀର୍ବାଦ ନେଇ ପୁଅ ଆଗକୁ ବଢ଼ିବ ବୋଲି କହିଥିଲେ ା କନ୍ଧମାଳ ଏମପି ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ପ୍ରାର୍ଥୀ ଉମାଚରଣ ମଲ୍ଲିକ, ରାଜ୍ୟ ସାଧାରଣ ସମ୍ପାଦକ ସାରଦା ଶତପଥୀଙ୍କ ସହିତ କନ୍ଧମାଳର ୭ଟି ବିଧାନସଭା ମଣ୍ଡଳୀର ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?