‘ଚାକିରି ଦିଅ, ନ ହେଲେ ରାସ୍ତା ବନ୍ଦ’

ବାରିପଦା,୧୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଓ ଭୂମିହୀନଙ୍କୁ ଜମିପଟ୍ଟା ଯୋଗାଇ ଦେବା ଦାବିରେ ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଅଧୀନ ଶଙ୍ଖାଭଙ୍ଗା ପଞ୍ଚାୟତର ଶତାଧିକ ଜନସାଧାରଣ ସୋମବାର ରାସ୍ତାରୋକୋ କରିଥିଲେ। ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ସମ୍ମୁଖ ରାସ୍ତାରେ ଲୋକେ ବସି ରହି ‘ଆମକୁ ଜମିପଟ୍ଟା ଓ ଚାକିରି ଦିଅ, ନ ହେଲେ ରାସ୍ତା ବନ୍ଦ’ ବୋଲି ନାରା ଦେଇଥିଲେ। ଖବରପାଇ ବାରିପଦା ସଦର ଥାନା ଅଧିକାରୀ ଓ ତହସିଲଦାର ପହଞ୍ଚତ୍ ୨ ଦିନ ମଧ୍ୟରେ ଜମିପଟ୍ଟା ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।
ସୂଚନାଯୋଗ୍ୟ, ବାରିପଦା ବ୍ଳକ ମୁଖ୍ୟାଳୟରୁ ମାତ୍ର ୬କି.ମି. ଦୂରରେ ଥିବା ଶଙ୍ଖାଭଙ୍ଗା ପଞ୍ଚୟତରେ ୪୦୦୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ଏହି ପଞ୍ଚାୟତରେ ଶଙ୍ଖାଭଙ୍ଗା, ରଙ୍ଗାମାଟିଆ, ତାଡକିଶୋଳ, ଗୋପାଳପୁର, ସଢେଇକଳା, ଜାମିରଡିହା, ଗୁଞ୍ଜୁସାହି, ସାରୁଝରଣ, ନୂଆଡିହୀ ଓ ରାଣୀଭୋଳ ରାଜସ୍ବ ଗ୍ରାମ ରହିଛି। ପଞ୍ଚାୟତର ଅଧିକାଂଶ ଆଦିବାସୀ ସମ୍ପ୍ରଦାୟର ହୋଇଥିବା ବେଳେ ମୌଳିକ ସମସ୍ୟାରୁ ବଞ୍ଚତ୍ତ ରହିଛନ୍ତି। ଦୀର୍ଘ ଦିନ ଧରି ଭୂମିହୀନ ଲୋକେ ଜମିପଟ୍ଟା ପାଇଁ ଆବେଦନ କରିଥିଲେ ମଧ୍ୟ ଅଦ୍ୟାବଧି ପଟ୍ଟା ପାଇପାରି ନାହାନ୍ତି। ଏନେଇ ବାରମ୍ବାର ଅଭିଯୋଗ କରି ନିରାଶ ହେବା ସହ ଅଧିକାରୀମାନେ ବିଭିନ୍ନ ପ୍ରକାର ଆଳ ଦେଖାଇ ଲୋକଙ୍କୁ ହଇରାଣ ହରକତ କରୁଛନ୍ତି ବୋଲି ଆନ୍ଦୋଳନକାରୀ ତିଳରାମ ହେମ୍ବ୍ରମ, ଚୈତନ୍ୟ ସୋରେନ ଓ ଜଗନ୍ନାଥ ସୋରେନ ଅଭିଯୋଗ କରିଛନ୍ତି। ସେହିପରି ପଞ୍ଚାୟତରେ ବେକାର ଯୁବତୀ ଯୁବକମାନେ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ସେମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ସହ ଥଇଥାନ କରିବାକୁ ଲୋକେ ଦାବି କରିଥିଲେ। ଏହି ସବୁ ଦାବିକୁ ନେଇ ବାଦଲ ହେମ୍ବ୍ରମ, ଅଜ୍ଜୁନ ବାସ୍କେ ଓ ଟିଟୁ ମୁର୍ମୁଙ୍କ ନେତୃତ୍ୱରେ ଶତାଧିକ ମହିଳାପୁରୁଷ ସକାଳ ୯ଟାରୁ ଅରାହ୍ନ ୩ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରି ଧାରଣା ଦେଇଥିଲେ। ତେବେ ପ୍ରଶାସନ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ବୁଲାଇ ମୁର୍ମୁ, ବାହାଦୂର ଟୁଡୁ, ବାବୁରାମ ସୋରେନ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri