Posted inଜାତୀୟ

ପ୍ରବାସୀ ଶ୍ରମିକଙ୍କୁ ୩ ମାସରେ ରାଶନ କାର୍ଡ ଦିଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୪: ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ପ୍ରବାସୀ ଶ୍ରମିକମାନଙ୍କୁ ରାଶନ କାର୍ଡ ଯୋଗାଇଦେବା ଲାଗି ସୁପ୍ରିମକୋର୍ଟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଆଉ ୩ ମାସ ସମୟ ଦେଇଛନ୍ତି। ସରକାରଙ୍କ ଲାଭଦାୟକ ଯୋଜନାର ସୁଫଳ ସେମାନଙ୍କୁ ମିଳିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ଅସାନୁଦ୍ଦିନ ଅମନୁଲ୍ଲାଙ୍କ ଖଣ୍ଡପୀଠ କହିଛନ୍ତି। ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ପ୍ରବାସୀ ଶ୍ରମିକମାନେ ଯେପରି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ର ସୁବିଧା ହାସଲ କରିପାରିବେ, ସେଥିପାଇଁ ଏହାର ବ୍ୟାପକ ପ୍ରଚାର କରାଇବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଏଫ୍‌ଏସ୍‌ଏର ରାଶନ କୋଟା ନିର୍ବିଶେଷରେ ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ରାଶନ ଯୋଗାଇଦେବା ଲାଗି ଅଞ୍ଜଳି ଭରଦ୍ୱାଜ, ହର୍ଷ ମନ୍ଦର ଏବଂ ଜଗଦୀପ ଛୋକ୍କରଙ୍କ ପକ୍ଷରୁ ଦାଏର ପିଟିଶନର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଉପରୋକ୍ତ ରାୟ ଦେଇଛନ୍ତି। ଏନ୍‌ଏଫ୍‌ଏସ୍‌ଏରେ ଜନସଂଖ୍ୟା ଅନୁପାତ ଉପଯୁକ୍ତ ଭାବେ ଦର୍ଶାଯାଇ ନ ଥିବା କାରଣ ପାଇଁ ପ୍ରବାସୀ ଶ୍ରମିକମାନଙ୍କୁ ଆଧାର କାର୍ଡରୁ ବଞ୍ଚତ୍ତ କରାଯାଇପାରିବ ନାହିଁ ବୋଲି ଗତ ୧୭ ତାରଖରେ ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କହିଥିଲେ। ଏକ ଜନମଙ୍ଗଳ ରାଷ୍ଟ୍ରରେ ପ୍ରତ୍ୟେକଙ୍କ ପାଖରେ ସୁବିଧା ପହଞ୍ଚାଇବା ସରକାରଙ୍କ କର୍ତ୍ତବ୍ୟ ବୋଲି ଅଦାଲତ ଟିପ୍ପଣୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri