ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀଙ୍କୁ ରସିଦ ଦିଅ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ଆସୁଥିବା ହିତାଧିକାରୀମାନେ ମାଗଣା ଚାଉଳ ନେବାବେଳେ ସେମାନଙ୍କୁ ସ୍ବତନ୍ତ୍ର ରସିଦ ମିଳିବ। ଏସମ୍ପର୍କରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଚିଠି ଲେଖି ଜଣାଇ ଦିଆଯାଇଛି। ଯଦି ରାଜ୍ୟ ସରକାର ନିଜସ୍ବ ଯୋଜନାରେ ହିତାଧିକାରୀଙ୍କୁ କୌଣସି ଅତିରିକ୍ତ ଚାଉଳ ଦେଉଛନ୍ତି ତେବେ ଏହାର ଏକ ଅଲଗା ରସିଦ ପ୍ରସ୍ତୁତ କରିବା ପାଇଁ ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି।
ସେହିପରି ଯଦି କେନ୍ଦ୍ର ପକ୍ଷରୁ ଚାଉଳ ଦିଆଯାଉଛି, ତାହାହେଲେ ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ରସିଦ୍‌ରେ ଏହା କେନ୍ଦ୍ର ସରକାରଙ୍କ ମାଗଣା ଯୋଜନା ବୋଲି ସ୍ପଷ୍ଟ ଭାବେ ଉଲ୍ଲେଖ ରହିବ। ଏଥିସହ କେନ୍ଦ୍ର ସରକାରଙ୍କ ଦ୍ୱାରା ଦିଆଯାଉଥିବା ରିହାତି(ସବ୍‌ସିଡି) ସମ୍ପର୍କରେ ମଧ୍ୟ ସ୍ପଷ୍ଟ ଭାବେ ଲେଖିବା ପାଇଁ କୁହାଯାଇଛି। ଖୁବ୍‌ଶୀଘ୍ର ରସିଦ୍‌ ବଣ୍ଟନର ଗୋଟିଏ ଫର୍ମାଟ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ପ୍ରଦାନ କରାଯିବ। ଏହାଛଡ଼ା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଦିଆଯାଉଥିବା ଚାଉଳ ପାଇଁ ସ୍ବତନ୍ତ୍ର ବାୟୋମେଟ୍ରିକ ବ୍ୟବସ୍ଥା କରିବାକୁ କୁହାଯାଇଛି। ଏହାଦ୍ୱାରା ଚାଉଳ ବଣ୍ଟନ ନେଇ ପ୍ରମାଣ ରହିପାରିବ। ତୁରନ୍ତ ଆଇଟି ବ୍ୟବସ୍ଥା ଓ ଇ-ପିଓଏସ୍‌ ଆପ୍ଲିକେଶନରେ ପରିବର୍ତ୍ତନ କରିବାକୁ କୁହାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣା ଚାଉଳ ଦିଆଯାଉଥିବା କଥା ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସମସ୍ତ ଡିଲର ଓ କ୍ଷେତ୍ରସ୍ତରୀୟ ଅଫିସରମାନଙ୍କୁ କୁହାଯାଇଛି। ଏହାଦ୍ୱାରା ହିତାଧିକାରୀମାନେ ସରକାରଙ୍କ ମାଗଣା ଖାଦ୍ୟ ସାମଗ୍ରୀ ବଣ୍ଟନ ବିଷୟରେ ଅଧିକ ସଚେତନ ହୋଇପାରିବେ ଓ ଏହାର ଲାଭ ଉଠାଇ ପାରିବେ ବୋଲି ପରାମର୍ଶ ଦିଆଯାଇଛି।
ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଚାଉଳକୁ ନେଇ ରାଜନୀତି ଜୋର ଧରିଛି। ଭୋଟରଙ୍କୁ ନିଜ ସପକ୍ଷରେ ଯୋଡ଼ିବା ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗାଇ ଦିଆଯାଉଥିବା ମାଗଣା ଚାଉଳ ବଣ୍ଟନକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଟଣାଓଟରା ଆରମ୍ଭ ହୋଇଛି। ଏହି ମାଗଣା ଚାଉଳ ଓ ରସିଦକୁ ନେଇ ଭାଜପା ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଦୁଃଖର କଥା କେନ୍ଦ୍ର ସରକାର ଚାଉଳ କେଜି ପିଛା ୨୯ ଟଙ୍କା ୧୫ ପଇସା ଦେଉଥିବା ବେଳେ ରାଜ୍ୟ ସରକାର ୨ ଟଙ୍କା ୭୬ ପଇସା ଓ ହିତାଧିକାରୀ ୧ ଟଙ୍କା ଦେଉଛନ୍ତି। ମାତ୍ର ରାଜ୍ୟ ସରକାର ସବୁବେଳେ କହୁଥିଲେ ଆମେ ସବୁ ଦେଉଛୁ। ଲୋକମାନଙ୍କୁ ଭୁଆଁ ବୁଲାଯାଉଥିଲା। ଏହାକୁ ଏକ ଷଡ଼ଯନ୍ତ୍ର କହିଲେ ଅତ୍ୟୁକ୍ତି ହେବ ନାହିଁ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩କୋଟି ୨୬ ଲକ୍ଷ ଲୋକଙ୍କୁ ରସିଦ୍‌ ଦିଆଯିବ। ରାଜ୍ୟ ସରକାର ତାଙ୍କ ଯୋଜନାରେ ୯ ଲକ୍ଷ ଲୋକଙ୍କୁ ରସିଦ୍‌ ଦେବେ। ଲୋକମାନେ ଜାଣିପାରିବେ କିଏ ଚାଉଳ ଦେଉଛନ୍ତି ବୋଲି ଷଡ଼ଙ୍ଗୀ କହିଛନ୍ତି।
ଏହାର ଜବାବରେ ବିଜେଡି ବିଧାୟକ ଅମର ଶତପଥୀ କହିଛନ୍ତି, ଚାଉଳ ହେଉଛି ଗରିବ ଲୋକଙ୍କ ପ୍ରସଙ୍ଗ। ଅନ୍ତ୍ୟୋଦୟକୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ନଁା ଦିଆଯାଉଛି। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ଅନ୍ତ୍ୟୋଦୟ ଯୋଜନା ହୋଇଥିଲା। ପଲିଟିକାଲ ମାଇଲେଜ ପାଇଁ ଏହା କରାଯାଉଛି। ରସିଦ କାହାକୁ ଦେବେ? କ’ଣ ଧାର ନେଇଥିଲେ ଯେ ରସିଦ ଦେବେ। କେନ୍ଦ୍ର ସରକାର ଯେକୌଣସି ନିଷ୍ପତ୍ତି ନେଉଛନ୍ତି ସେଥିରେ ରାଜ୍ୟର ଭୂମିକା ରହିବା ଦରକାର। କେନ୍ଦ୍ର ସରକାରଙ୍କ ଏପରି ନିଷ୍ପତ୍ତି ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହେବ। ମାଗଣା ଚାଉଳ ବଣ୍ଟନ କ୍ଷେତ୍ରରେ ଅସୁବିଧା ହେବ। ଅତି ହୀନ ଉଦ୍ଦେଶ୍ୟ ରଖି ଏପରି କରାଯାଉଛିି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ କାର୍ଡଧାରୀଙ୍କୁ କିଲୋ ପିଛା ୧ ଟଙ୍କାରେ ଖାଦ୍ୟଶସ୍ୟ ଯୋଗାଇ ଦିଆଯାଉଛି। କେନ୍ଦ୍ର ସରକାର ୨୦୨୩ ଜାନୁୟାରୀରୁ ବର୍ଷକ ପାଇଁ ମାଗଣା ଚାଉଳ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri