ରାସ୍ତା, ପାଣି, ଅଙ୍ଗନଓ୍ବାଡି ଗୃହ ଦିଅ; ଭୋଟ ନିଅ

ଆର. ଉଦୟଗିରି,୩୦ା୧(ଡି.ଏନ୍‌.ଏ.): ଗଜପତି ଜିଲାର ବିକାଶ କେବଳ କାଗଜ କଲମରେ ହିଁ ପ୍ରଚାର ପ୍ରସାରରେ ଅଟକି ରହିଛି। ଭାରତ ସ୍ବାଧୀନ ହେବାର ଦୀର୍ଘବର୍ଷ ବିତିଲାଣି ହେଲେ ଏଥି ମଧ୍ୟରେ ଅନେକ ନେତା ମନ୍ତ୍ରୀଙ୍କୁ ଅଭିଯୋଗ ଦେଇ ଦେଇ ଜନତା ଥକି ଗଲେଣି କିନ୍ତୁ କାମ କରିବା ନଁାରେ ଖାଲି ମିଥ୍ୟା ପ୍ରତିଶ୍ରୁତି ହିଁ ମିଳୁଛି। ମୋହନା ବ୍ଲକ ଅନ୍ତର୍ଗତ ଶିକୁଳିପଦର ପଞ୍ଚାୟତର ବାଦପୁର ଗ୍ରାମ। ପଞ୍ଚାୟତଠାରୁ ମାତ୍ର ୭କିମି ଦୂର ୱାର୍ଡ ନଂ. ୨ ଓ ୱାର୍ଡ ନଂ. ୩। ଏହି ଦୁଇଟି ୱାର୍ଡ ଗୋଟିଏ ଗ୍ରାମରେ। ପରିବାର ସଂଖ୍ୟା ୧ ହଜାର ଥିବାବେଳେ ଭୋଟର ସଂଖ୍ୟା ରହିଛନ୍ତି ୧୫ ଶହରୁ ଊଦ୍ଧର୍‌ବ। ଲୋକ ସଂଖ୍ୟା ୨ ହଜାରରୁ ଊଦ୍ଧର୍‌ବ। ହେଲେ ଗ୍ରାମକୁ ଯିବା ପାଇଁ ଭଲ ରାସ୍ତା ଖଣ୍ଡେ ନାହିଁ। ବର୍ଷା ଦିନେ ଗ୍ରାମ ରାସ୍ତା କାଦୁଅ। ଗ୍ରାମକୁ ଗାଡ଼ି ଯିବା ମୁସ୍କିଲ । ବର୍ଷା ହେଲେ ପିଲାଙ୍କ ପାଠ ପଢ଼ା ବନ୍ଦ। କୌଣସି ଗର୍ଭବତୀ ମା’ଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବାକୁ ହେଲେ ଆମ୍ବୁଲାନ୍ସ ଗ୍ରାମକୁ ପହଞ୍ଚତ୍ ପାରୁନି। ଯାହାଦ୍ୱାରା ଲୋକେ ଦୋଳାରେ ୧ କିମି ଚାଲି ଚାଲି ଯିବା ପରେ ଆମ୍ବୁଲାନ୍ସ ସେବା ମିଳିଥାଏ। ସେହିପରି ଗ୍ରାମରେ ଦୁଇଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଥିବା ବେଳେ ଦୁଇଟି ଯାକ ଅଙ୍ଗନଓ୍ବାଡି ଗୃହ ଅଧାଗଢ଼ା ହୋଇ ପଡି ରହିଛି। ଅଙ୍ଗନଓ୍ବାଡି ଦିଦି ପିଲାଙ୍କୁ ନିଜ ବାରଣ୍ଡାରେ ପଢାଉଛନ୍ତି। ଗ୍ରାମରେ ପିଇବା ପାଣିର ଘୋର ଅଭାବ ଥିବାରୁ ଲୋକେ ବାଧ୍ୟ ହୋଇ ପୋଖରୀର ଦୂଷିତ ଜଳ ବ୍ୟବହାର କରୁଛନ୍ତି। ଏଭଳି ଦୀର୍ଘବର୍ଷ ଧରି ବିଭିନ୍ନ ମୌଳିକ ସମସ୍ୟାରୁ ବଞ୍ଚିତ ଥିବାରୁ ବାଦପୁର ଗ୍ରାମବାସୀ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ବିଡିଓଙ୍କୁ ମଧ୍ୟ ଜଣାଇଛନ୍ତି। ଏହା ମଧ୍ୟରେ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ କୌଣସି ସଫଳତା ନ ମିଳିବାରୁ ଶେଷରେ ଗ୍ରାମବାସୀ ଭୋଟ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri