Posted inଜାତୀୟ

ମୋଦି ପ୍ରଥମେ ନିଜ ସ୍ତ୍ରୀଙ୍କୁ ସିନ୍ଦୂର ଦିଅନ୍ତୁ: କାହିଁକି ଏମିତି କହିଲେ ମମତା

କୋଲକାତା,୩୦।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜନୈତିକ ଫାଇଦା ହାସଲ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଆସନ୍ତାକାଲି ନିର୍ବାଚନ ହେଲେ ମଧ୍ୟ ଲଢିବାକୁ ପ୍ରସ୍ତୁତ।

ମମତା ବାନାର୍ଜୀ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଯାହା କହିଛନ୍ତି ତାହା କେବଳ ଆଶ୍ଚର୍ଯ୍ୟଜନକ ନୁହେଁ ବରଂ ଦୁର୍ଭାଗ୍ୟଜନକ ମଧ୍ୟ। ଏବେ ସମଗ୍ର ବିରୋଧୀ ବିଶ୍ୱ ସ୍ତରରେ ଦେଶକୁ ପ୍ରତିନିଧିତ୍ୱ କରୁଛନ୍ତି, ଏହି ସମୟରେ ସେ ଏବଂ ତାଙ୍କ ଦଳର ନେତାମାନେ ‘ଅପରେଶନ ସିନ୍ଦୂର’ ପରି ‘ଅପରେଶନ ବେଙ୍ଗଲ’ କରିବାକୁ ପରାମର୍ଶ ଦେଇଛନ୍ତି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଏବଂ ମଜୁମଦାର ୨୦୨୬ ବିଧାନସଭା ନିର୍ବାଚନରେ ରାଜନୈତିକ ପରିବର୍ତ୍ତନ ପାଇଁ ଅପରେଶନ ସିନ୍ଦୂର ଧାରାରେ ‘ଅପରେସନ ବେଙ୍ଗଲ’ ପାଇଁ ଆହ୍ବାନ ଦେଇଥିଲେ। ୍‌

ଦେଶ ସାରା ମହିଳାଙ୍କ ମଧ୍ୟରେ ସିନ୍ଦୁର ବାଣ୍ଟିବା ପାଇଁ ଭାଜପାର କଥିତ ଯୋଜନା ଉପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୟାକରି ମନେରଖନ୍ତୁ ଯେ ପ୍ରତ୍ୟେକ ମହିଳାଙ୍କର ସମ୍ମାନ ଅଛି, ସେମାନେ କେବଳ ତାଙ୍କ ସ୍ବାମୀଙ୍କଠାରୁ ସିନ୍ଦୁର ଗ୍ରହଣ କରନ୍ତି। ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ନିଜ ସ୍ତ୍ରୀଙ୍କୁ ସିନ୍ଦୁର କାହିଁକି ଦେଉନାହାଁନ୍ତି? ସେ ଅଭିଯୋଗ କରିଛନ୍ତି, ବିଭିନ୍ନ ରାଜ୍ୟରେ ଆଗାମୀ ନିର୍ବାଚନ ପୂର୍ବରୁ ରାଜନୈତିକ ଲାଭ ପାଇଁ କେନ୍ଦ୍ର ଏହି (ସୈନ୍ୟ ଅଭିଯାନ)କୁ ‘ଅପରେଶନ ସିନ୍ଦୂର’ ନାମ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri