Posted inଜାତୀୟ

ପିଲାଙ୍କୁ ଶିକ୍ଷା ପାଇଁ ମାସକୁ ୨ ହଜାର ଦିଅ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ମହାମାରୀ କରୋନା ସମୟରେ ଚାଇଲ୍ଡ କେୟାର ଇନ୍‌ଷ୍ଟିଚ୍ୟୁଶନ (ସିସିଆଇ)ରୁ ଘରକୁ ଯାଇ ପରିବାର ସହ ଥିବା ଶିଶୁମାନଙ୍କୁ ଜଣ ପିଛା ମାସକୁ ୨ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ରାଜ୍ୟ ସରକାରଗୁଡ଼ିକ ସିସିଆଇଗୁଡ଼ିକୁ ପିଲାଙ୍କ ଅନ୍‌ଲାଇନ୍‌ କ୍ଲାସ୍‌ ପାଇଁ ଆବଶ୍ୟକ ପାଠ୍ୟପୁସ୍ତକ ଓ ଆନୁଷଙ୍ଗିକ ଉପକରଣ ଯୋଗାଇଦେବେ। ଜିଲା ଶିଶୁ ସୁରକ୍ଷା ୟୁନିଟଗୁଡ଼ିକ ସୁପାରିସ କରିବାର ୩୦ ଦିନ ମଧ୍ୟରେ ଏସବୁ ବ୍ୟବସ୍ଥା କରିବାକୁ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ରହିଛି।
ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ସିସିଆଇରେ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଆବଶ୍ୟକ ସଂଖ୍ୟକ ଶିକ୍ଷକ ଯୋଗାଇବା ନେଇ ରାଜ୍ୟଗୁଡ଼ିକ ସୁନିଶ୍ଚିତ କରିବା ଉଚିତ। କୋଭିଡ୍‌-୧୯ ମହାମାରୀ ଆରମ୍ଭ ହେବାବେଳେ ସିସିଆଇଗୁଡ଼ିକରେ ୨,୨୭,୫୧୫ ପିଲା ଥିବାବେଳେ ବର୍ତ୍ତମାନ ସୁଦ୍ଧା ୧,୪୫,୭୭୮ ଜଣଙ୍କୁ ସେମାନଙ୍କ ପରିବାର କିମ୍ବା ଅଭିଭାବକଙ୍କ ନିକଟକୁ ପଠାଇ ଦିଆଯାଇଛି ବୋଲି ଜଷ୍ଟିସ୍‌ ହେମନ୍ତ ଗୁପ୍ତା ଓ ଅଜୟ ରସ୍ତୋଗୀ ସାମିଲ ଥିବା ଏହି ଖଣ୍ଡପୀଠଙ୍କୁ ଅବଗତ କରାଯାଇଛି। ଏନେଇ ଖଣ୍ଡପୀଠ କହିଛନ୍ତି, ପିଲାଙ୍କ ପାରିବାରିକ ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ଶିଶୁ ସୁରକ୍ଷା ୟୁନିଟଗୁଡ଼ିକ ସୁପାରିସ କରିବେ। ଏହାର ୩୦ ଦିନ ମଧ୍ୟରେ ରାଜ୍ୟ ସରକାର ସମ୍ପୃକ୍ତ ଶିଶୁମାନଙ୍କୁ ମାସକୁ ୨,୦୦୦ ଟଙ୍କା ଲେଖାଏ ଦେବେ। ଗତ ମାର୍ଚ୍ଚରୁ ମହାମାରୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଥିବାରୁ ପିଲାମାନେ ଶ୍ରେଣୀଗୃହକୁ ଯାଇ ପାଠ ପଢ଼ିପାରୁ ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ସେମାନଙ୍କୁ ପଢ଼ାଇବା ବ୍ୟବସ୍ଥା କରିବେ। ମହାମାରୀ ସମୟରେ ଶିଶୁ ସୁରକ୍ଷା ଗୃହ, ଜୁଭେନାଇଲ୍‌ ଓ କିନ୍‌ଶିପ୍‌ ହୋମଗୁଡ଼ିକରେ ପିଲାଙ୍କ ସ୍ଥିତି ପ୍ରସଙ୍ଗରେ ଶୀର୍ଷ ଅଦାଲତ ନିଜ ଆଡ଼ୁ ରୁଜୁ କରିଥିବା ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି। ଏହା ପୂର୍ବରୁ ସୁପ୍ରିମକୋର୍ଟ ରାଜ୍ୟ ସରକାର ଓ ଅନ୍ୟ କର୍ତ୍ତୃପକ୍ଷମାନଙ୍କୁ ପିଲାଙ୍କୁ ସୁରକ୍ଷା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁଣାଣି ବେଳେ ଆଇନଜୀବୀ ଗୌରବ ଅଗ୍ରଓ୍ବାଲ ଆମିକସ୍‌ କ୍ୟୁରି ଭାବେ ଖଣ୍ଡପୀଠଙ୍କୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri