ରାଜ୍ୟକୁ ଶତ ପ୍ରତିଶତ ଚାଉଳ ଦିଅ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟର ହିତାଧିକାରୀଙ୍କୁ ୧୦୦ ପ୍ରତିଶତ ଚାଉଳ ଯୋଗାଇବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି ା ମନ୍ତ୍ରୀ ସ୍ବାଇଁ ତାଙ୍କ ଚିଠିରେ କେନ୍ଦ୍ରମନ୍ତ୍ରୀଙ୍କୁ କହିଛନ୍ତି, ଓଡ଼ିଶା ଲୋକଙ୍କର ମୁଖ୍ୟ ଖାଦ୍ୟ ଭାତ ହୋଇଥିବା ବେଳେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରାଜ୍ୟକୁ ଗହମ ଯୋଗାଇଦେବା ଯଥାର୍ଥ ନୁହେଁ। ଏହା ହିତାଧିକାରୀଙ୍କ ଅସନ୍ତୋଷର କାରଣ ହେଉଛି ା କେନ୍ଦ୍ର ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଶତ ପ୍ରତିଶତ ଚାଉଳ ନ ଦେଇ ମାସିକ ଆବଣ୍ଟନର ୮୬ ପ୍ରତିଶତ ଚାଉଳ ଓ ୧୪ ପ୍ରତିଶତ ଗହମ ଦେଉଛନ୍ତି ା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ୯୩.୧୮ ଲକ୍ଷ ହିତାଧିକାରୀ ପରିବାରଙ୍କ ୩.୨୫୪ କୋଟି ହିତାଧିକାରୀ ମୁଖ୍ୟତଃ ଗ୍ରାମାଞ୍ଚଳରେ ବସବାସ କରିଥାଆନ୍ତି, ଯେଉଁଠାରେ ପର୍ଯ୍ୟାପ୍ତ ସଂଖ୍ୟକ ଅଟାକଳ ନ ଥିବାରୁ ଲୋକମାନେ ହଇରାଣ ହେଉଛନ୍ତି। ଏହା ଖାଦ୍ୟ ସୁରକ୍ଷା ଆଇନର ନିର୍ଦ୍ଦେଶନାମାକୁ ପୂରଣ କରୁନାହିଁ ା ପୂର୍ବରୁ ଅନେକଥର ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ହିତାଧିକାରୀଙ୍କ ଚାହିଦା ଅନୁଯାୟୀ ଗହମ ବଦଳରେ ଚାଉଳ ଯୋଗାଇଦେବାକୁ ଅନୁରୋଧ କରାଯାଇଛି ା
ଅପରପକ୍ଷରେ ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଗୋଆ ଏବଂ ତେଲଙ୍ଗାନା ଭଳି ରାଜ୍ୟକୁ କେନ୍ଦ୍ର ସରକାର ଶତ ପ୍ରତିଶତ ଚାଉଳ ଯୋଗାଇ ଦେଉଛନ୍ତି ା ପଞ୍ଜାବ ଓ ରାଜସ୍ଥାନ ଭଳି ମୁଖ୍ୟ ଗହମ ବ୍ୟବହାରକାରୀ ରାଜ୍ୟକୁ ଶତ ପ୍ରତିଶତ ଗହମ ଯୋଗାଇ ଦେଉଛନ୍ତି। ସେହିପରି ହରିୟାଣାକୁ କେନ୍ଦ୍ର ପକ୍ଷରୁ ୬୭% ଗହମ ଓ ବାକି ୩୩% ସେହି ରାଜ୍ୟ ଦ୍ୱାରା ସଂଗୃହୀତ ହେଉଥିବା ଅନ୍ୟ ଖାଦ୍ୟଶସ୍ୟ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗାଇ ଦିଆଯାଉଛି ା ହିତାଧିକାରୀଙ୍କ ହିତ ଦୃଷ୍ଟିରୁ ଚାଉଳ ଓ ଗହମର ଅନୁପାତ ପରିବର୍ତ୍ତନ କରିବା ପାଇଁ ଯୋଗାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ ଭାରତ ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ସଚିବଙ୍କୁ ୨୦୨୨ ଫେବୃୟାରୀ ୧୮ ରେ ପତ୍ର ଲେଖିଥିଲେ। ହେଲେ ଏ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। କେନ୍ଦ୍ରମନ୍ତ୍ରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ହିତାଧିକାରୀଙ୍କ ଅସୁବିଧା ଦୂରକରିବା ପାଇଁ ମନ୍ତ୍ରୀ ସ୍ବାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri