ରାଜ୍ୟକୁ ଶତ ପ୍ରତିଶତ ଚାଉଳ ଦିଅ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟର ହିତାଧିକାରୀଙ୍କୁ ୧୦୦ ପ୍ରତିଶତ ଚାଉଳ ଯୋଗାଇବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି ା ମନ୍ତ୍ରୀ ସ୍ବାଇଁ ତାଙ୍କ ଚିଠିରେ କେନ୍ଦ୍ରମନ୍ତ୍ରୀଙ୍କୁ କହିଛନ୍ତି, ଓଡ଼ିଶା ଲୋକଙ୍କର ମୁଖ୍ୟ ଖାଦ୍ୟ ଭାତ ହୋଇଥିବା ବେଳେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରାଜ୍ୟକୁ ଗହମ ଯୋଗାଇଦେବା ଯଥାର୍ଥ ନୁହେଁ। ଏହା ହିତାଧିକାରୀଙ୍କ ଅସନ୍ତୋଷର କାରଣ ହେଉଛି ା କେନ୍ଦ୍ର ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଶତ ପ୍ରତିଶତ ଚାଉଳ ନ ଦେଇ ମାସିକ ଆବଣ୍ଟନର ୮୬ ପ୍ରତିଶତ ଚାଉଳ ଓ ୧୪ ପ୍ରତିଶତ ଗହମ ଦେଉଛନ୍ତି ା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ୯୩.୧୮ ଲକ୍ଷ ହିତାଧିକାରୀ ପରିବାରଙ୍କ ୩.୨୫୪ କୋଟି ହିତାଧିକାରୀ ମୁଖ୍ୟତଃ ଗ୍ରାମାଞ୍ଚଳରେ ବସବାସ କରିଥାଆନ୍ତି, ଯେଉଁଠାରେ ପର୍ଯ୍ୟାପ୍ତ ସଂଖ୍ୟକ ଅଟାକଳ ନ ଥିବାରୁ ଲୋକମାନେ ହଇରାଣ ହେଉଛନ୍ତି। ଏହା ଖାଦ୍ୟ ସୁରକ୍ଷା ଆଇନର ନିର୍ଦ୍ଦେଶନାମାକୁ ପୂରଣ କରୁନାହିଁ ା ପୂର୍ବରୁ ଅନେକଥର ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ହିତାଧିକାରୀଙ୍କ ଚାହିଦା ଅନୁଯାୟୀ ଗହମ ବଦଳରେ ଚାଉଳ ଯୋଗାଇଦେବାକୁ ଅନୁରୋଧ କରାଯାଇଛି ା
ଅପରପକ୍ଷରେ ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଗୋଆ ଏବଂ ତେଲଙ୍ଗାନା ଭଳି ରାଜ୍ୟକୁ କେନ୍ଦ୍ର ସରକାର ଶତ ପ୍ରତିଶତ ଚାଉଳ ଯୋଗାଇ ଦେଉଛନ୍ତି ା ପଞ୍ଜାବ ଓ ରାଜସ୍ଥାନ ଭଳି ମୁଖ୍ୟ ଗହମ ବ୍ୟବହାରକାରୀ ରାଜ୍ୟକୁ ଶତ ପ୍ରତିଶତ ଗହମ ଯୋଗାଇ ଦେଉଛନ୍ତି। ସେହିପରି ହରିୟାଣାକୁ କେନ୍ଦ୍ର ପକ୍ଷରୁ ୬୭% ଗହମ ଓ ବାକି ୩୩% ସେହି ରାଜ୍ୟ ଦ୍ୱାରା ସଂଗୃହୀତ ହେଉଥିବା ଅନ୍ୟ ଖାଦ୍ୟଶସ୍ୟ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗାଇ ଦିଆଯାଉଛି ା ହିତାଧିକାରୀଙ୍କ ହିତ ଦୃଷ୍ଟିରୁ ଚାଉଳ ଓ ଗହମର ଅନୁପାତ ପରିବର୍ତ୍ତନ କରିବା ପାଇଁ ଯୋଗାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ ଭାରତ ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ସଚିବଙ୍କୁ ୨୦୨୨ ଫେବୃୟାରୀ ୧୮ ରେ ପତ୍ର ଲେଖିଥିଲେ। ହେଲେ ଏ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। କେନ୍ଦ୍ରମନ୍ତ୍ରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ହିତାଧିକାରୀଙ୍କ ଅସୁବିଧା ଦୂରକରିବା ପାଇଁ ମନ୍ତ୍ରୀ ସ୍ବାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?