Posted inଫୁରସତ

ଟେଡି ଡେ: ସାଥୀଙ୍କୁ ଦିଅନ୍ତୁ ଏହି ରଙ୍ଗର ଟେଡି

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି। ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ। କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।
ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri