Posted inଜାତୀୟ

ଆମକୁ ୧୫ ଦିନ ସମୟ ଦିଅ, କଶ୍ମୀର ସ୍ଥିତି କରିଦେବୁ ଠିକ୍‌…

ପାଟନା,୧୮।୧୦: ଜମ୍ମୁ-କଶ୍ମୀରରେ ରବିବାର ୨ ଜଣ ବିହାର ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହାକୁ ନେଇ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ବୃଦ୍ଦି ପାଇବାରେ ଲାଗିଛି। ଏହି ମର୍ମରେ ପୂର୍ବ ମୁଖ୍ୟମନ୍ତ୍ରୀ ଜୀତନ ରାମ୍‌ ମାଂଝି ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ ଲୋପ କରିବା ଲାଗି ନୂଆ ଶୈଳୀରେ ପ୍ରସ୍ତାବ ଦେଇଛନ୍ତି। ଜୀତନ କହିଛନ୍ତି କେନ୍ଦ୍ର ସରକାର ବିହାରବାସୀଙ୍କୁ ୧୫ ଦିନ ସମୟ ଦେଲେ, କଶ୍ମୀର ସ୍ଥିତି ଠିକ୍‌ ହୋଇଯିବ। ବିହାରବାସୀଙ୍କୁ ଲଗାତାର ଟାର୍ଗେଟ୍‌ କରାଯାଉଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି।

ସେହିପରି ତେଜସ୍ବୀ ଯାଦବ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ନୀତି ପାଇଁ ଜମ୍ମୁ-କଶ୍ମୀରରେ ସମସ୍ୟା ଦେଖାଦେଉଥିବା ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ମୃତ ଶ୍ରମିକଙ୍କ ମଧ୍ୟରେ ଅରରିଆ ଜିଲାର ୨ ଜଣ ଥିବାବେଳେ ଆହତ ଜଣଙ୍କ ବାଙ୍କାର ବାସିନ୍ଦା। ମୃତକଙ୍କ ପରିବାରଙ୍କୁ ମୁଖ୍ୟନ୍ତ୍ରୀ ନୀତୀଶ କୁମାରଙ୍କ ସରକାର ପକ୍ଷରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri