ଆମ ସ୍କୁଲ ଆମକୁ ଫେରେଇଦିଅ

ମହାକାଳପଡ଼ା,୨୩ା୮(ଡି.ଏନ.ଏ.):କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ସର୍ବପୁରାତନ ଗୟାଶପୁର ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ଉପସ୍ଥାନ ସଂଖ୍ୟା ୪୦ରୁ କମ। ଏଥିପାଇଁ ଶିକ୍ଷା ବିଭାଗ ଉକ୍ତ ବିଦ୍ୟାଳୟକୁ ୨୦୨୦ରୁ ବନ୍ଦ କରିଥିଲେ ବୋଲି ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରା କହିଛନ୍ତି। ଏ ନେଇ ଗ୍ରାମବାସୀଙ୍କ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଗ୍ରାମର ୫୦ରୁ ଅଧିକ ପିଲା ନିକଟ ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟକୁ ପଢିବାକୁ ଯାଉଥିଲେ। ସେଠାରେ ପରିବେଶ ଠିକ୍‌ ଠାକ୍‌ ନ ଥିବାରୁ ପିଲାମାନଙ୍କ ପାଠ ପଢିବା ପାଇଁ ଉଚିତ ମଣି ନ ଥିଲେ। ଗ୍ରାମବାସୀ, ଅଭିଭାବକ, ଛାତ୍ରୀଛାତ୍ର, ମହିଳାମାନେ ମିଳିତ ହୋଇ ସୋମବାର ହାତରେ ପ୍ଲା କାର୍ଡ ଧରି ଆମ ସ୍କୁଲକୁ ଆମକୁ ଫେରେଇ ଦିଅ ବୋଲି ସ୍ଲୋଗାନ ଦେବା ସହ ଓରତ-ଅଙ୍ଗୁଳଇ କେନ୍ଦ୍ରାପଡ଼ା ମୁଖ୍ୟ ରାସ୍ତାରୋକୋ କରି ବିକ୍ଷୋପ ପ୍ରଦର୍ଶନ କରି ଥିଲେ। ଫଳରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ ମହାକାଳପଡ଼ା ଥାନା ଅଧିକାରୀ ପରେଶ କୁମାର ମହାନ୍ତି ଓ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମହାକାଳପଡ଼ା ଅତିରିକ୍ତ ତହସିଲଦାର ଗଗନ କୁମାର ଦାସ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀଣୀ ସୁରମା ମହାପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ବେହେରା ପ୍ରମୁଖ ପହଞ୍ଚତ୍ ବିକ୍ଷୋଭକାରୀଙ୍କୁ ବୁଝାଶୁଝା କରିଥିଲେ। ୭ ଦିନ ମଧ୍ୟରେ ବିଦ୍ୟାଳୟ ବନ୍ଦ ହେବା ସମ୍ପର୍କରେ ତଦନ୍ତ କରାଯିବ ବୋଲି ଉପସ୍ଥିତ ଶିକ୍ଷା ଅଧିକାରୀମାନେ କହିଥିଲେ। ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ବିଦ୍ୟାଳୟଟି ୧୮୮୫ ମସିହାରେ ପ୍ରତିଷ୍ଠା କରାଯାଇଥିଲା ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri