ଆମ ସ୍କୁଲ ଆମକୁ ଫେରେଇଦିଅ

ମହାକାଳପଡ଼ା,୨୩ା୮(ଡି.ଏନ.ଏ.):କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ସର୍ବପୁରାତନ ଗୟାଶପୁର ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ଉପସ୍ଥାନ ସଂଖ୍ୟା ୪୦ରୁ କମ। ଏଥିପାଇଁ ଶିକ୍ଷା ବିଭାଗ ଉକ୍ତ ବିଦ୍ୟାଳୟକୁ ୨୦୨୦ରୁ ବନ୍ଦ କରିଥିଲେ ବୋଲି ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରା କହିଛନ୍ତି। ଏ ନେଇ ଗ୍ରାମବାସୀଙ୍କ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଗ୍ରାମର ୫୦ରୁ ଅଧିକ ପିଲା ନିକଟ ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟକୁ ପଢିବାକୁ ଯାଉଥିଲେ। ସେଠାରେ ପରିବେଶ ଠିକ୍‌ ଠାକ୍‌ ନ ଥିବାରୁ ପିଲାମାନଙ୍କ ପାଠ ପଢିବା ପାଇଁ ଉଚିତ ମଣି ନ ଥିଲେ। ଗ୍ରାମବାସୀ, ଅଭିଭାବକ, ଛାତ୍ରୀଛାତ୍ର, ମହିଳାମାନେ ମିଳିତ ହୋଇ ସୋମବାର ହାତରେ ପ୍ଲା କାର୍ଡ ଧରି ଆମ ସ୍କୁଲକୁ ଆମକୁ ଫେରେଇ ଦିଅ ବୋଲି ସ୍ଲୋଗାନ ଦେବା ସହ ଓରତ-ଅଙ୍ଗୁଳଇ କେନ୍ଦ୍ରାପଡ଼ା ମୁଖ୍ୟ ରାସ୍ତାରୋକୋ କରି ବିକ୍ଷୋପ ପ୍ରଦର୍ଶନ କରି ଥିଲେ। ଫଳରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ ମହାକାଳପଡ଼ା ଥାନା ଅଧିକାରୀ ପରେଶ କୁମାର ମହାନ୍ତି ଓ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମହାକାଳପଡ଼ା ଅତିରିକ୍ତ ତହସିଲଦାର ଗଗନ କୁମାର ଦାସ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀଣୀ ସୁରମା ମହାପାତ୍ର, ବ୍ଲକ ଶିକ୍ଷା ଅଧିକାରୀ ବେହେରା ପ୍ରମୁଖ ପହଞ୍ଚତ୍ ବିକ୍ଷୋଭକାରୀଙ୍କୁ ବୁଝାଶୁଝା କରିଥିଲେ। ୭ ଦିନ ମଧ୍ୟରେ ବିଦ୍ୟାଳୟ ବନ୍ଦ ହେବା ସମ୍ପର୍କରେ ତଦନ୍ତ କରାଯିବ ବୋଲି ଉପସ୍ଥିତ ଶିକ୍ଷା ଅଧିକାରୀମାନେ କହିଥିଲେ। ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ବିଦ୍ୟାଳୟଟି ୧୮୮୫ ମସିହାରେ ପ୍ରତିଷ୍ଠା କରାଯାଇଥିଲା ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri