ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ ଜ୍ୟୋତିର୍ମୟୀଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ନିଜ ପ୍ରତିଭା ଓ କଠିନ ସାଧନା ବଳରେ ଜାତୀୟ ସ୍ତରରେ ବିଜେତା ହୋଇ ରାଜ୍ୟ ପାଇଁ ସେ ଗୌରବ ଆଣିଥିବା କହିଛନ୍ତି। ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ଏକ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ଜ୍ୟୋତିର୍ମୟୀ ଇଣ୍ଡିଆନ ଆଇଡଲ ଟ୍ରଫି ପ୍ରଦର୍ଶନ କରିବା ସହିତ ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ବିଷୟରେ ବର୍ଣ୍ଣନା କରିଥିଲେ।
ଜ୍ୟୋତିର୍ମୟୀ ତାଙ୍କର ସଙ୍ଗୀତ ପ୍ରତିଭାକୁ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଉପଯୋଗ କରୁଛନ୍ତି। ରାଜ୍ୟର ଅନେକ କ୍ୟାନ୍‌ସର ହସ୍ପିଟାଲରେ ମ୍ୟୁଜିକ୍‌ ଥେରାପି ପ୍ରୟୋଗ କରି ସେମାନଙ୍କ କଷ୍ଟ ଲାଘବ କରିବାରେ ସହାୟତା କରୁଛନ୍ତି। ତାଙ୍କର ଏହି ପ୍ରତିଭା ଓ ସେବା ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେ ସାରା ରାଜ୍ୟ ତଥା ଦେଶର ଜଣେ ‘ଯୁବ ଆଇକନ୍‌’। ସଙ୍ଗୀତକୁ ରୋଗୀଙ୍କ ସେବା କ୍ଷେତ୍ରରେ ବ୍ୟବହାର କରିବାର ଏହି ଉଦ୍ୟମ ଆଗାମୀ ଦିନରେ ଏକ ନୂଆ ଟ୍ରେଣ୍ଡ୍‌ ସୃଷ୍ଟି କରିବ। ଏଥିସହ ଏହା ଓଡିଶାର କଳା ପ୍ରତିଭାକୁ ଜାତୀୟସ୍ତରରେ ଆହୁରି ଉଜ୍ଜ୍ୱଳ କରିଥିବା ମୁଖ୍ୟମନ୍ତ୍ରୀ ମତ ରଖିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ ଡ. ପ୍ରିୟଙ୍କା ମାରାଣ୍ଡି, ଜ୍ୟୋତିର୍ମୟୀଙ୍କ ପିତା ଚକ୍ରଧର ନାୟକ ଓ ମାତା ଗୌରୀ ନାୟକ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଜ୍ୟୋତିର୍ମୟୀଙ୍କ ଘର ବାଲେଶ୍ୱର ଜିଲା ନୀଳଗିରି ବ୍ଲକ୍‌ରେ ହୋଇଥିବାବେଳେ ସେ ପରିବାର ସହ ଭୁବନେଶ୍ୱରରେ ରହୁଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri