Posted inଖେଳ

ଆଇପିଏଲ୍‌ ପୂର୍ବରୁ ଜୀବନର ନୂଆ ଇନିଂସ ଆରମ୍ଭ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୯।୩: ଅଷ୍ଟ୍ରେଲିୟ ଷ୍ଟାର ଅଲରାଉଣ୍ଡର ଗ୍ଲେନ୍‌ ମାକ୍ସଓ୍ବେଲ ତାଙ୍କ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏକ ବ୍ୟକ୍ତିଗତ ସମାରୋହରେ ଭାରତୀୟ ମୂଳ ପ୍ରେମିକା ଭିନି ରମଣଙ୍କୁ ବିବାହ କରିଛନ୍ତି। ଶୁକ୍ରବାର ଏହି ବିବାହ ଅନୁଷ୍ଠିତ ହୋଇଥିବା ବେଳେ ମାକ୍ସେଓବଲ ତାଙ୍କ ଇନଷ୍ଟାଗ୍ରାମରେ ଉଭୟଙ୍କ ଫଟୋ ଶେୟାର କରିଛନ୍ତି। ଫଟୋ କ୍ୟାପଶନରେ ସେ ଲେଖିଛନ୍ତି, ‘ମିଷ୍ଟର ଆଣ୍ଡ ମିସେସ୍‌ ମାକ୍ସଓ୍ବେଲ। ୧୮.୦୩.୨୦୨୨’।’

୩୩ ବର୍ଷୀୟ ଏହି କ୍ରିକେଟର ଦୀର୍ଘ ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ୨୦୨୦ରେ ଉଭୟ ନିର୍ବନ୍ଧ କରିଥିଲେ। କରୋନାକୁ ନେଇ ଲକ୍‌ଡାଉନ୍‌ ଯୋଗୁ ତାଙ୍କର ବିବାହ ଟାଳିବାକୁ ପଡ଼ିଥିଲା। ଏବେ ପରିସ୍ଥିତି ସାମାନ୍ୟ ଥିବାରୁ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।

କହିରଖୁଛୁ, ଭାରତୀୟ ମୂଳର ଭିନି ତାମିଲ ପରିବାରର। ସେ ଜଣେ ଫାର୍ମାସିଷ୍ଟ। ମେଲବୋର୍ନରେ ରୁହନ୍ତି। ୨୦୧୭ରେ ମାକ୍ସଓ୍ବେଲଙ୍କ ସହ ତାଙ୍କର ଫଟୋ ସାମ୍ନାକୁ ଆସିଥିଲା। ଏହାପରେ ୨୦୧୯ରେ ଉଭୟଙ୍କୁ ଏକ କାର୍ଯ୍ୟକ୍ରମରେ ଏକାଠି ଦେଖିବାକୁ ମିଳିଥିଲା। ଏହାପରଠାରୁ ଉଭୟ ଖୋଲାଖୋଲି ଭାବେ ନିଜ ସମ୍ପର୍କକୁ ସ୍ବିକାର କରିଥିଲେ।

 

View this post on Instagram

 

A post shared by VINI (@vini.raman)


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri