Posted inଖେଳ

ଅବିଶ୍ୱସନୀୟ କ୍ୟାଚ୍‌! ଅଷ୍ଟ୍ରେଲିଆ ବିପକ୍ଷରେ ଫିଲିପ୍ସ ହେଲେ ‘ସୁପରମ୍ୟାନ୍‌’…

ସିଡନୀ,୨୨।୧୦: ଅଷ୍ଟ୍ରେଲିଆରେ ଚାଲୁଥିବା ଟି୨୦ ବିଶ୍ୱକପ୍‌ ୨୦୨୨ରେ ସୁପର-୧୨ ମୁକାବିଲା ଆରମ୍ଭ ହୋଇଛି। ଏହି କ୍ରମରେ ପ୍ରଥମ ମ୍ୟାଚ୍‌ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮୯ରନ୍‌ରେ ବୃହତ ବିଜୟ ଲାଭ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ପରାଜିତ କରିବାରେ ନ୍ୟୁଜିଲାଣ୍ଡ ଖେଳାଳିମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବିଶେଷକରି ଫିଲ୍ଡିଂରେ ସେମାନେ ହୃଦୟ ଜିତିଛନ୍ତି।

ଗ୍ଲେନ ଫିଲିପ୍ସ ଏହି ମୁକାବିଲାରେ ଏଭଳି ଏକ କ୍ୟାଚ୍‌ ଧରିଥିଲେ ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଇନିଂସର ୯ମ ଓଭରରେ ଫିଲିପ୍ସ ଧରିଥିବା ଏହି କ୍ୟାଚ୍‌କୁ ବର୍ତ୍ତମାନଠାରୁ ଟୁର୍ନାମେଣ୍ଟର ସର୍ବୋତ୍ତମ କ୍ୟାଚ୍‌ ଭାବେ ବିବେଚନା କରାଯାଉଛି।

ଉକ୍ତ ଓଭରରେ ମିଚେଲ ସାଣ୍ଟନରଙ୍କ ଦ୍ୱିତୀୟ ବଲ୍‌ରେ ଷ୍ଟୋନିସ୍‌ ଏକ କଭର୍‌ ଡ୍ରାଇଭ୍‌ ଲଗାଇବାକୁ ଚେଷ୍ଟା କରିଥିଲେ। ଏହା ଖରାପ ଶଟ୍‌ ଥିବା ଯୋଗୁ କ୍ୟାଚ୍‌ ହୋଇଥିଲା। ଏହାକୁ ଧରିବା ଲାଗି ଫିଲିପ୍ସ ଡିପ୍‌ରୁ ଦୌଡ଼ି ଥିଲେ। ପରେ ଡାଇଭ୍‌ କରି ଅବିଶ୍ୱସନୀୟ କ୍ୟାଚ୍‌ ଧରିଥିଲେ। ଏହି ଚେଷ୍ଟାରେ ସେ ତଳେ ପଡ଼ି ଯାଇଥିଲେ। ହେଲେ ସେ ବଲ୍‌କୁ ଛାଡ଼ି ନ ଥିଲେ।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri