ବୁର୍ଜ ଖଲିଫାରେ ଦେଖିବାକୁ ମିଳିବ ‘ଆନିମଲ’ର ଝଲକ

ମୁମ୍ବାଇ: ରଣବୀର କପୁର ତାଙ୍କର ଆଗାମୀ ମୁଭି ‘ଆନିମଲ’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଅଭିନେତା ତାଙ୍କ ଫିଲ୍ମରୁ ବହୁତ ଆଶା ରଖିଛନ୍ତି। ରଣବୀର କପୁରଙ୍କ ପୂର୍ବ ଚଳଚ୍ଚିତ୍ର ବକ୍ସ ଅଫିସରେ ଅଧିକ କିଛି କରିପାରି ନଥିଲା ସେଥିପାଇଁ ଏଥର ସେ ଆନିମଲକୁ ନେଇ ଆଶାବାଦୀ ଅଛନ୍ତି।

ଏଭଳି ପରିସ୍ଥିତିରେ ରଣବୀର ‘ଆନିମଲୁ’କୁ ହିଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କାରଣରୁ ବର୍ତ୍ତମାନ ଅଭିନେତା ବଲିଉଡର ବାହାଦଶା ଶାହାରୁଖ ଖାଁଙ୍କ ପଦାଙ୍କ ଅନୁସରଣ କରିଛନ୍ତି। ହଁ, ସର୍ବଶେଷ ରିପୋର୍ଟ ଅନୁଯାୟୀ, ଅଭିନେତାଙ୍କ ବହୁ ପ୍ରତୀକ୍ଷିତମୁଭିଆନିମଲର କିଛି ଝଲକ ବୁର୍ଜ ଖଲିଫାରେ ପ୍ରଦର୍ଶିତ ହେବ ବୋଲି ଜଣାପଡିଛି।
‘ପଠାନ’ ପରେ ବୁର୍ଜ ଖଲିଫାରେ ଆନିମଲର ଝଲକ ଦେଖିବାକୁ ମିଳିବ।
ପିଙ୍କଭିଲ୍ଲାର ରିପୋର୍ଟ ଅନୁଯାୟୀ, ଫିଲ୍ମର ୬୦ସେକେଣ୍ଡର ଭିଡିଓ ବୁର୍ଜ ଖଲିଫାରେ ପ୍ରଦର୍ଶନ କରାଯିବ। ସୂଚନାଯୋଗ୍ୟ, ପୂର୍ବରୁ ଶାହାରୁଖ ଖାଁଙ୍କ ଫିଲ୍ମ ପଠାନର ଟ୍ରେଲର ବୁର୍ଜ ଖଲିଫାରେ ପ୍ରଦର୍ଶିତ ହୋଇଥିଲା। ଏହି ଗ୍ରାଣ୍ଡ ଇଭେଣ୍ଟରେ ରଣବୀର କପୁରଙ୍କ ସହ ଫିଲ୍ମରେ ଭିଲେନ ଭୂମିକାରେ ଅଭିନୟ କରୁଥିବା ବବି ଦେଓଲ ମଧ୍ୟ ଏଥିରେ ଅଂଶଗ୍ରହଣ କରିବେ।
ଖବର ଅନୁଯାୟୀ, ଶୁକ୍ରବାର ରଣବୀର ମୁମ୍ବାଇ ବିମାନବନ୍ଦରରେ ସ୍ପଟ ହୋଇଥିଲେ। ଅନୁମାନ କରାଯାଉଛି ଯେ ଦୁବାଇରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଅଭିନେତା ଯାଉଛନ୍ତି।
ଆନିମଲରେ ଅନିଲ କପୁର, ବବି ଦେଓଲ ଏବଂ ତୃପ୍ତିି ଡିମରି, ରଣବୀର କପୁର ଏବଂ ରଶ୍ମିକା ମନ୍ଦାନାଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିବେ। ଫିଲ୍ମର ଦମଦାର ଟ୍ରେଲର ଦେଖିବା ପରେ ପ୍ରଶଂସକମାନେ ଉତ୍ସାହର ସହିତ ଏହି ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏଥିରେ ଅନିଲ କପୁର ରଣବୀରଙ୍କ ପିତା ଭୂମିକାରେ ନଜର ଆସିଥିବାବେଳେ ରଶ୍ମିକା ମନ୍ଦାନା ରଣବୀରଙ୍କ ଗର୍ଲଫ୍ରେଣ୍ଡ ଭୂମିକାରେ ନଜର ଆସିବେ। ଫିଲ୍ମ ଡିସେମ୍ବର ୧ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri