ଦିନରେ ୩୪, ରାତିରେ ୨୪ ଡିଗ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି। ପୌଷ ମାସରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଶୀତରେ କମ୍ପିବା ବଦଳରେ ସାରା ରାଜ୍ୟ ଏବେ ଉଷ୍ମ। ଗତ କିଛିଦିନ ହେବ ରାତ୍ରିର ପାରଦ ହଠାତ୍‌ ଉପରମୁହଁା ହୋଇଛି। ସର୍ବନିମ୍ନ ତାପମାତ୍ରା ୬ରୁ ୭ ଡିଗ୍ରୀ ସେଲ୍‌ସିୟସ ବଢ଼ିଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ୧୫ରୁ ୨୪ ଡିଗ୍ରୀ ଉପରେ ରହୁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୩ ଡିଗ୍ରୀ ଟପିଯାଇଛି। ଗତ ୨ମାସ ହେବ ରାଜ୍ୟକୁ ପଶ୍ଚିମା ବାୟୁ ପ୍ରବାହ ହେଉନାହିଁ। ଫଳରେ ରାଜ୍ୟରେ ଟୋପାଏ ବର୍ଷା ନାହିଁ। ବର୍ଷା ନ ହେବାରୁ ପରିବେଶ ଉତ୍ତପ୍ତ ରହୁଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡାବାୟୁ ପ୍ରବାହ ମଧ୍ୟ ନାହିଁ। ଚଳିତ ବର୍ଷ ଶୀତ ଲହରି ଏ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହୋଇନାହିଁ। ଗୁରୁବାରଠାରୁ ଜାନୁୟାରୀ ୧ ତାରିଖ ଯାଏ ତାପମାତ୍ରା ୨ରୁ ୪ଡିଗ୍ରୀ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ପୁଣି ୨ରୁ ପାରଦ ବଢ଼ିବା ଆରମ୍ଭ ହେବ ।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୁଧବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୩.୫ ଓ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଦିନରେ ମଧ୍ୟ ପ୍ରବଳ ଗରମ ଅନୁଭୂତ ହେଉଛି। ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୩୩ ଡିଗ୍ରୀ ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri