ଦିନରେ ୩୪, ରାତିରେ ୨୪ ଡିଗ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି। ପୌଷ ମାସରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଶୀତରେ କମ୍ପିବା ବଦଳରେ ସାରା ରାଜ୍ୟ ଏବେ ଉଷ୍ମ। ଗତ କିଛିଦିନ ହେବ ରାତ୍ରିର ପାରଦ ହଠାତ୍‌ ଉପରମୁହଁା ହୋଇଛି। ସର୍ବନିମ୍ନ ତାପମାତ୍ରା ୬ରୁ ୭ ଡିଗ୍ରୀ ସେଲ୍‌ସିୟସ ବଢ଼ିଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ୧୫ରୁ ୨୪ ଡିଗ୍ରୀ ଉପରେ ରହୁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୩ ଡିଗ୍ରୀ ଟପିଯାଇଛି। ଗତ ୨ମାସ ହେବ ରାଜ୍ୟକୁ ପଶ୍ଚିମା ବାୟୁ ପ୍ରବାହ ହେଉନାହିଁ। ଫଳରେ ରାଜ୍ୟରେ ଟୋପାଏ ବର୍ଷା ନାହିଁ। ବର୍ଷା ନ ହେବାରୁ ପରିବେଶ ଉତ୍ତପ୍ତ ରହୁଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡାବାୟୁ ପ୍ରବାହ ମଧ୍ୟ ନାହିଁ। ଚଳିତ ବର୍ଷ ଶୀତ ଲହରି ଏ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହୋଇନାହିଁ। ଗୁରୁବାରଠାରୁ ଜାନୁୟାରୀ ୧ ତାରିଖ ଯାଏ ତାପମାତ୍ରା ୨ରୁ ୪ଡିଗ୍ରୀ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ପୁଣି ୨ରୁ ପାରଦ ବଢ଼ିବା ଆରମ୍ଭ ହେବ ।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୁଧବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୩.୫ ଓ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଦିନରେ ମଧ୍ୟ ପ୍ରବଳ ଗରମ ଅନୁଭୂତ ହେଉଛି। ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୩୩ ଡିଗ୍ରୀ ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri