ରାହାଗିରିରେ ପାରମ୍ପରିକ କଳା ସହ ଆଧୁନିକତାର ଝଲକ, ଝୁମିଲେ ଦର୍ଶକ

ଗଜପତି,୧୧ା୧(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲାସ୍ତରୀୟ ମହୋତ୍ସବ ଗଜପତି ଉତ୍ସବ-୨୦୨୫ ଉତ୍ସବ ପୂର୍ବରୁ ପାରଳାଖେମୁଣ୍ଡି ବଡ଼ଦାଣ୍ଡରେ ପ୍ରସାସନ ପକ୍ଷରୁ ରବିବାର ରାହାଗିରି ଅନୁଷ୍ଠିତ ହୋଇଯାଇଛି। ଆଜି ରାହାଗିରି ପାଇଁ ପୌରପାଳିକା ତରଫରୁ ସମସ୍ତ ଉଠାଦୋକାନୀ, ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ରାହାଗିରି ପାଇଁ ପାରଳାଖେମୁଣ୍ଡି ସହରବାସୀ ବେଶ୍‌ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ରାହାଗିରିରେ ସମସ୍ତ ପାରମ୍ପରିକ କଳା ସହ ଆଧୁନିକ କଳା ମଧ୍ୟ ଦେଖିବାକୁ ମିଳିଛି। ଗଜପତି ଜିଲାର ପାଇକ ଆଖଡ଼ା,ଗଜମୁହା ନୃତ୍ୟ, ଟାଇକୋଣ୍ଡୋ, ସ୍କେଟିଂ, ଆଦିବାସୀ ନୃତ୍ୟ, ଝୋଟି, ଚିତ୍ରାଙ୍କନ, ଗୀତ, ଆଧୁନିକ ନୃତ୍ୟ ସମସ୍ତ ପ୍ରକାର ମନୋରଞ୍ଜନ ଏହି ରାହଗିରିରେ ଦେଖିବାକୁ ମିଳିଥିଲେ। ଏହି ଉତ୍ସବରେ ସବୁ ବର୍ଗର ଲୋକେ ସମସ୍ତେ ଅନ୍ୟମାନଙ୍କ ଠାରୁ କିଛି ଅଲଗା ପ୍ରଦର୍ଶନ କରିବା ପ୍ରୟାସ ଦେଖିବାକୁ ମିଳିଥିଲା। ଦର୍ଶକମାନେ ମଧ୍ୟ ମନୋରଞ୍ଜନ କାର୍ଯ୍ୟକ୍ରମ ଦେଖି ବେଶ୍‌ ଝୁମିଥିଲେ।

ଶେଷରେ ପ୍ରଶାସନିକ ଅଧିକାରୀମାନେ ଆଦିବାସୀ ନୃତ୍ୟରେ ବିମୋହିତ ହୋଇ ଆଦିବାସୀଙ୍କ ତାଳେ ତାଳେ ନାଚିବାର ଦେଖିବାକୁ ମିଳିଥିଲା। ଆସନ୍ତା ୧୮ ତାରିଖରେ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଯେମିତି ସମସ୍ତେ ଭରପୂର ଉପଭୋଗ କରିବା ସହ ସମସ୍ତେ ଯୋଗ ଦେବା ପାଇଁ ପ୍ରଶାସନିକ ଅଧିକାରୀ ଓ ସ୍ଥାନୀୟ ବିଧାୟକ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri