ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲର ଆୟୋଜନ କରାଯାଉଛି। ଭୁବନେଶ୍ୱରର ଜନତା ମଇଦାନଠାରେ ଆନୁଷ୍ଠାନିକ ଭାବେ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ-୨୦୨୩ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିତ୍ଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଏମ୍‌ଏସ୍‌ଏମ୍‌ଇ ନିର୍ଦ୍ଦେଶକ ପବନ ଗୁପ୍ତା, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ସମେତ ଐଶ୍ୱର୍ଯ୍ୟା ବିଶ୍ୱାଳ, ସିଏ ରାଜୀବ ଶେଖର ସାହୁ,ସାମ୍ବାଦିକ କିଶୋର ଦିୱେଦି ଏବଂ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦୀପକ ମହାନ୍ତି, ପ୍ରପର୍ଟି ବ୍ରାଣ୍ଡ୍‌ ନିର୍ଦ୍ଦେଶକ ସଚିନ ସିଂ ଏବଂ ମ୍ୟାନେଜିଂ ଡାଇରେକ୍ଟର ସୁଜିତ କୁମାର ଗୁପ୍ତା, ଡାଇରେକ୍ଟର ପାୟଲ ଆଚାର୍ଯ୍ୟ ଗୁପ୍ତା ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଗୁପ୍ତା ଇଭେଣ୍ଟ ମ୍ୟାନେମେଣ୍ଟର ମ୍ୟାନେଜିଂ ଡାଇରେକ୍ଟର ସୁଜିତ କୁମାର ଗୁପ୍ତା କହିଛନ୍ତି, ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌ରେ ଆଇଟି ଆଣ୍ଡ ସଫ୍ଟୱେର, ଏଡୁକେଶନ ଆଣ୍ଡ ହେଲ୍‌ଥ ଉପରେ ରାଜ୍ୟ ତଥା ରାଜ୍ୟ ବାହାରର ବକ୍ତାମାନଙ୍କୁ ନେଇ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ ହେବ। ପ୍ରତିଦିନ ସାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଓପନ୍‌ କିଚେନ୍‌ ଆଣ୍ଡ ବାର୍‌ର ଏକ ଫୁଡ୍‌ ଜୋନ୍‌ର ମଧ୍ୟ ବ୍ୟବସ୍ଥା କରାଯାଇଛି। ସେହିଭଳି ଉକ୍ତ ପ୍ରଦର୍ଶନୀରେ ୨୦ଟି ରାଜ୍ୟ ଏବଂ ୮ଟି ଦେଶର ପ୍ରତିନିଧିମାନେ ଅଂଶ ଗ୍ରହଣ କରିବେ। ଏଠାରେ ବିଭିନ୍ନ ପ୍ରକାର ଏକ୍ସପୋ ଯଥା ପ୍ରପର୍ଟି ବ୍ରାଣ୍ଡ୍‌ ଏକ୍ସପୋ, ଫର୍ନିଚର ଆଣ୍ଡ ଇଣ୍ଟେରିୟର, ଗ୍ଲୋବାଲ ଏଡୁକେଶନ, ଆଇଟି ଆଣ୍ଡ ସଫ୍ଟୱେର, ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ୍‌, ହେଲ୍‌ଥ ଆଣ୍ଡ ୱେଲ୍‌ନେସ୍‌, ସ୍ବଦେଶୀ, ଅଟୋ ଏକ୍ସପୋ ସହ ସମସ୍ତ ଜାତୀୟ ଏବଂ ଅନ୍ତର୍ଜାତୀୟ ଉତ୍ପାଦ ସହ ଭାରତୀୟ ହସ୍ତତନ୍ତ ହସ୍ତଶିଳ୍ପ ଏବଂ ଗୃହ ସାଜସଜ୍ଜା ଉତ୍ପାଦମାନ ମଧ୍ୟ ପ୍ରଦର୍ଶନ ସହ ବହୁଚର୍ଚ୍ଚିତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ସହିତ ମିଳିତ ଭାବେ ଫୁଡ୍‌ ଫେଷ୍ଟିଭାଲର ଆୟୋଜନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri