Posted inଜାତୀୟ

ପାରମ୍ପରିକ ଔଷଧର ଗ୍ଲୋବାଲ ସେଣ୍ଟର ଗୁଜରାଟରେ…

ଅହମଦାବାଦ,୨୬।୩ : ଗୁଜରାଟକୁ ବିଶ୍ୱ ମାନଚିତ୍ରରେ ଉଜ୍ଜ୍ୱଳ କରିବା ପାଇଁ ସରକାର ଆଉ ଏକ ଉପହାର ଦେବାକୁ ଯାଉଛନ୍ତି । ପାରମ୍ପରିକ ଔଷଧ ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ବିଶ୍ୱସ୍ତରୀୟ କେନ୍ଦ୍ର ରାଜ୍ୟର ଜାମନଗରରେ ପ୍ରତିଷ୍ଠା ହେବ। ଏଥିପାଇଁ ଜେନେଭାରେ ଭାରତର ଆୟୁଷ ବିଭାଗ ଏବଂ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମଧ୍ୟରେ ଶନିବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ଭାରତ ସରକାରଙ୍କ ମଧ୍ୟରେ ଏହି ଚୁକ୍ତିନାମା ସ୍ବାକ୍ଷର ହୋଇଛି।

୨୧ ଏପ୍ରିଲ ୨୦୨୨ ରେ ଏହାର ଉଦଘାଟନ କରାଯିବ। ଏହି କେନ୍ଦ୍ର ସ୍ଥାପନ ପାଇଁ ଭାରତ ୨୫ କୋଟି ଡଲାର ଖର୍ଚ୍ଚ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି।

ସେ କହିଛନ୍ତି ଯେ ଗୁଜୁରାଟରେ ନିର୍ମିତ ଡବ୍ଲ୍ୟୁଏଚ୍‌ଓର ନୂତନ ବିଶ୍ୱସ୍ତରୀୟ କେନ୍ଦ୍ର ବିଶ୍ୱକୁ ଉନ୍ନତ ତଥା ସୁଲଭ ଚିକିତ୍ସା ସମାଧାନ ଯୋଗାଇବାରେ ସହାୟକ ହେବ ବୋଲି ଆଶା କରାଯାଉଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ଏହି ନୂତନ ବିଶ୍ୱସ୍ତରୀୟ କେନ୍ଦ୍ର ଆଧୁନିକ ଔଷଧ ଏବଂ ଚିକିତ୍ସା ପ୍ରଣାଳୀର ମାନକକରଣରେ ସାହାଯ୍ୟ କରିବ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ ଘେବ୍ରେଏସେସ୍‌ କହିଛନ୍ତି ଯେ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପାରମ୍ପରିକ ଔଷଧ ରୋଗର ଚିକିତ୍ସାରେ ଏକ ପ୍ରଥମ ପଦକ୍ଷେପ। ଏପରି ପରିସ୍ଥିତିରେ, ପାରମ୍ପରିକ ଔଷଧକୁ ବୈଜ୍ଞାନିକ ଭିତ୍ତିରେ ଅଧିକ ପ୍ରଭାବଶାଳୀ କରିବା ଆମର ପ୍ରୟାସ ହେବ। ଏହି କେନ୍ଦ୍ର ପ୍ରତିଷ୍ଠା ପାଇଁ ସେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ବିଶ୍ୱର ୮୦ ପ୍ରତିଶତ ଲୋକ ପାରମ୍ପରିକ ଔଷଧ ବ୍ୟବହାର କରନ୍ତି। ଏହା ସହିତ, ଜାତିସଂଘର ୧୯୪ ସଦସ୍ୟ ଦେଶ ମଧ୍ୟରୁ ୧୭୦ ଦେଶ ସେମାନଙ୍କ ଦ୍ୱାରା ବ୍ୟବହୃତ ପାରମ୍ପରିକ ଔଷଧ ଏବଂ ଚିକିତ୍ସା ପ୍ରଣାଳୀକୁ ଅଧିକ ପ୍ରଭାବଶାଳୀ କରିବାରେ ଡବ୍ଲ୍ୟୁଏଚ୍‌ଓର ସାହାଯ୍ୟ ଲୋଡ଼ିଥିଲେ। ଆଧୁନିକ ଔଷଧରେ ବ୍ୟବହୃତ ୪୦ ପ୍ରତିଶତ ଉପାଦାନ ପ୍ରାକୃତିକ ଦ୍ରବ୍ୟରୁ ମିଳିଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?