ସର୍ବଭାରତୀୟ ଡିଜିପି ସମ୍ମିଳନୀ:ଆଜି ଯୋଗଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ଅନିଲ ଦାସ):ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ, ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଡିଜିପି ଏବଂ କେନ୍ଦ୍ରୀୟ ପୋଲିସ ସଙ୍ଗଠନର ମୁଖ୍ୟମାନେ ଯୋଗଦେଇଛନ୍ତି। ସମ୍ମିଳନୀରେ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଦେଶର ଶ୍ରେଷ୍ଠ ଥାନା ଓ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେବେ।
ନଭେମ୍ବର ୨୯ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଏହି ୩ ଦିନିଆ ସମ୍ମିଳନୀରେ ଆତଙ୍କବାଦ ମୁକାବିଲା, ବାମପନ୍ଥୀ ଉଗ୍ରବାଦ, ଉପକୂଳ ସୁରକ୍ଷା, ନୂଆ ଅପରାଧ ଆଇନ, ନାର୍କୋଟିକ୍ସ ସମେତ ଜାତୀୟ ନିରାପତ୍ତାର ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପ୍ରଦାନ କରାଯିବ।
ଏହି ସମ୍ମିଳନୀ ଦେଶର ବରିଷ୍ଠ ପୋଲିସ ପେସାଦାର ଏବଂ ସୁରକ୍ଷା ପ୍ରଶାସକମାନଙ୍କୁ ବିଭିନ୍ନ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ତଥା ଭାରତରେ ପୋଲିସ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିଚାଳନାଗତ, ଭିତ୍ତିଭୂମି ଏବଂ କଲ୍ୟାଣ ସମ୍ବନ୍ଧୀୟ ସମସ୍ୟା ଉପରେ ମୁକ୍ତ ଭାବରେ ଆଲୋଚନା ଓ ବିତର୍କ କରିବା ପାଇଁ ଏକ ମତ ବିନିମୟ ମଞ୍ଚ ପ୍ରଦାନ କରିବ। ଆଭ୍ୟନ୍ତରୀଣ ନିରାପତ୍ତା ବିପଦ ବ୍ୟତୀତ ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶୃଙ୍ଖଳା ପରିଚାଳନା ସମ୍ବନ୍ଧୀୟ ଆହ୍ବାନର ମୁକାବିଲା ପାଇଁ ବୃତ୍ତିଗତ ଅଭ୍ୟାସ ଏବଂ ପ୍ରକ୍ରିୟାର ପ୍ରସ୍ତୁତି ଓ ଆପୋସ ବିନିମୟ ଉପରେ ଆଲୋଚନା ହେବ।
ଡିଜିପି ସମ୍ମିଳନୀ ପ୍ରତି ପ୍ରଧାନମନ୍ତ୍ରୀ ସର୍ବଦା ଗଭୀର ଆଗ୍ରହ ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ କେବଳ ସମସ୍ତ ଯୋଗଦାନକୁ ଧ୍ୟାନର ସହ ଶୁଣନ୍ତି ନାହିଁ ବରଂ ଖୋଲା ଓ ଅନୌପଚାରିକ ଆଲୋଚନାର ବାତାବରଣକୁ ପ୍ରୋତ୍ସାହିତ କରନ୍ତି, ଯାହା ନୂତନ ଚିନ୍ତାଧାରା ସୃଷ୍ଟି କରିବାରେ ସହାୟକ ହୋଇଥାଏ। ଚଳିତବର୍ଷ ଏହି ସମ୍ମିଳନୀରେ କିଛି ଅଭିନବ ବୈଶିଷ୍ଟ୍ୟ ମଧ୍ୟ ଯୋଡ଼ାଯାଇଛି। ଯୋଗ ଅଧିବେଶନ, ବ୍ୟବସାୟ ଅଧିବେଶନ, ବ୍ରେକ୍‌ ଆଉଟ୍‌ ଅଧିବେଶନ ଏବଂ ବିଷୟବସ୍ତୁଭିତ୍ତିକ ଡାଇନିଂ ଟେବୁଲ ଆଲୋଚନା ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ଦିନକୁ ପ୍ରଭାବଶାଳୀ ଭାବରେ ଉପଯୋଗ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ବରିଷ୍ଠ ପୋଲିସ ଅଧିକାରୀମାନେ ଗୁରୁତ୍ୱପୂର୍ଣ୍ଣ ପଲିସି, ଆଭ୍ୟନ୍ତରୀଣ ନିରାପତ୍ତା ପ୍ରସଙ୍ଗରେ ସେମାନଙ୍କର ଦୃଷ୍ଟିକୋଣ ଏବଂ ପରାମର୍ଶ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବାର ଏକ ସୁଯୋଗ ପାଇବେ।
ସୂଚନାଯୋଗ୍ୟ, ୨୦୧୪ ପରଠାରୁ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ସାରା ଦେଶରେ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରୋତ୍ସାହିତ କରି ଆସୁଛନ୍ତି। ଏହା ପୂର୍ବରୁ ଆସାମର ଗୁଆହାଟୀ, କଚ୍ଛର ରଣ (ଗୁଜରାଟ), ହାଇଦ୍ରାବାଦ (ତେଲଙ୍ଗାନା), ଟେକନପୁର (ଗ୍ବାଲିୟର, ମଧ୍ୟପ୍ରଦେଶ), ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ (କେୱଡିଆ, ଗୁଜରାଟ), ପୁଣେ (ମହାରାଷ୍ଟ୍ର), ଲକ୍ଷ୍ନୌ (ଉତ୍ତରପ୍ରଦେଶ), ନୂଆଦିଲ୍ଲୀ ଏବଂ ଜୟପୁର (ରାଜସ୍ଥାନ)ରେ ଅନୁଷ୍ଠିତ ହୋଇଛି। ଏହି ପରମ୍ପରାକୁ ବଜାୟ ରଖି ଭୁବନେଶ୍ୱର (ଓଡ଼ିଶା)ଠାରେ ଏଥର ୫୯ତମ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ୨୦୨୪ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri