ଗ୍ଲୋବାଲ ଇ-ଟେଣ୍ଡର ବାତିଲ

ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍‌ଏମ୍‌ସିଏଲ୍‌) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ ହେଲା ସେ ନେଇ କୌଣସି କାରଣ ଦର୍ଶାଯାଇ ନାହିଁ।
କୋଭିଡ ସଂକ୍ରମଣ ରୋକିବା ଦିଗରେ ଟିକାକରଣ ହିଁ ଏକମାତ୍ର ବିକଳ୍ପ । କେନ୍ଦ୍ର ସରକାର ପର୍ଯ୍ୟାପ୍ତ ଟିକା ଯୋଗାଉ ନ ଥିବାରୁ ରାଜ୍ୟ ସରକାର ନିଜେ ଟିକା ସଂଗ୍ରହ କରି ଟିକାକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାକୁ ଯୋଜନା କରିଥିଲେ। ଏନେଇ ୨୦୨୧ ମେ ୧୪ରେ ଔଷଧ ନିଗମ ପକ୍ଷରୁ ଟିକା କ୍ରୟ ସକାଶେ ଗ୍ଲୋବାଲ ଇ-ଟେଣ୍ଡର ଆହ୍ବାନ କରାଯାଇଥିଲା। ତେବେ ଏହି ଟେଣ୍ଡରରେ କୌଣସି ଜାତୀୟ, ଅନ୍ତର୍ଜାତୀୟ ଟିକା ଉତ୍ପାଦନକାରୀ କିମ୍ବା ଯେଗାଣକାରୀ ସଂସ୍ଥା ବିଡ୍‌ ଦାଖଲ କରି ନ ଥିଲେ। ରାଜ୍ୟ ସରକାର ଟେଣ୍ଡର ସର୍ତ୍ତାବଳୀରେ ପରିବର୍ତ୍ତନ କରିବା ପରେ ୨ ସଂସ୍ଥା ବିଡ୍‌ ଦାଖଲ କରିଥିଲେ। ଗ୍ଲୋବାଲ ଟେଣ୍ଡର ବିଫଳ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାର ମାଗଣାରେ ଟିକା ଯୋଗାଇବା ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଚାପ ପକାଇଥିଲେ। ନବୀନଙ୍କ ଏହି ଉଦ୍ୟମକୁ ଅଧିକାଂଶ ମୁଖ୍ୟମନ୍ତ୍ରୀ ସମର୍ଥନ କରିଥିଲେ। ଚାପ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୭ରେ ୧୮ରୁ ୪୪ ବର୍ଷ ବର୍ଗର ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା କରିଥିଲେ। ରାଜ୍ୟକୁ କେନ୍ଦ୍ରରୁ ଆବଶ୍ୟକ ଟିକା ମିଳିବା ସମ୍ଭାବନା ଥିବାରୁ ରାଜ୍ୟ ସରକାର ଗ୍ଲୋବାଲ ଇ-ଟେଣ୍ଡର ବାତିଲ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri