ବିଶ୍ୱସ୍ତରୀୟ ହେଉଛି ଏସ୍‌ସିବି: ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୭।୧୧: ରାଜ୍ୟର ସ୍ବାସ୍ଥ୍ୟସେବାକୁ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ସୁଦୃଢ଼ କରାଯାଇଛି। ଏଥିପାଇଁ ରାଜ୍ୟରେ ଆରମ୍ଭ କରାଯାଇଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲୋକଙ୍କୁ ସାମିଲ କରାଯାଉଛି। ଏଥିସହ ମୋର ସ୍ବପ୍ନ ଯେ, କୌଣସି ବ୍ୟକ୍ତି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଯେପରି ଅନ୍ୟ ରାଜ୍ୟକୁ ଯିବାକୁ ନ ପଡ଼େ, ସେଥିଲାଗି କଟକରେ ଥିବା ବଡ଼ ମେଡିକାଲକୁ ବିଶ୍ୱସ୍ତରୀୟ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ(ଏସ୍‌ସିବି) ମହାବିଦ୍ୟାଳୟରେ ଆୟୋଜିତ ଏକ କନକ୍ଲେଭରେ ଯୋଗଦେଇ କହିଛନ୍ତି।
ବର୍ଷର ଗୌରବମୟ ଗାଥାକୁ ସ୍ମରଣ କରି କଟକ ବଡ଼ ମେଡିକାଲ କଲେଜ ତାହାର ପ୍ଲାଟିନମ ଜୁବିଲି ପାଳନ କରୁଛି। ଏହି ଅବସରରେ ଶୁକ୍ରବାର କଲେଜ ପକ୍ଷରୁ ଏକ ଗ୍ଲୋବାଲ କନକ୍ଲେଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କନକ୍ଲେଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଡ଼ିତ ହୋଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରି ଏସ୍‌ସିବି ମେଡିକାଲ କଲେଜର ପ୍ରତିଷ୍ଠାତା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ କଲେଜର ଗୌରବ ଗାଥା ଦୋହରାଇଥିଲେ। ସେ କହିଥିଲେ, ଏସ୍‌ସିବିର ଛାତ୍ରୀଛାତ୍ର ଏବେ ସାରା ବିଶ୍ୱର ବିଭିନ୍ନ ମେଡିକାଲରେ ସେବା ଯୋଗାଇ ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି। ଏସ୍‌ସିବି ଆଲୁମନି ସାରା ବିଶ୍ୱରେ ନିଜର ନିଃସ୍ବାର୍ଥପର ସେବା ଯୋଗାଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏସ୍‌ସିବି ଡାକ୍ତରଗଣ ରାଜ୍ୟ ତଥା ରାଜ୍ୟ ବାହାର ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଆସୁଛନ୍ତି। ସେଥିପାଇଁ ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବା ଦିଗରେ ଆମର ପ୍ରଚେଷ୍ଟା ଜାରି ରହିଛି। ମେଡିକାଲ କେୟାରରେ ଏସ୍‌ସିବି ଯେପରି ଦେଶରେ ଏକ ନମ୍ବର ହୋଇପାରିବ ସେଥିପ୍ରତି ଆମେ ପ୍ରୟାସ ଜାରି ରଖିବା।
ଆହୁରି କହିଥିଲେ, ରାଜ୍ୟରେ ୫୦ ବର୍ଷ ପୂର୍ବରୁ ମାତ୍ର ୩ଟି ମେଡିକାଲ କଲେଜ ଥିବାବେଳେ ଏବେ ୮ଟି ରହିଛି। ଯାହା ସରକାରଙ୍କ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବାରେ କେତେ ପ୍ରୟାସ ରହିଛି ତାହା ସୂଚାଉଛି ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏସ୍‌ସିବିର ଏକ ମେମେଣ୍ଟୋକୁ ଉଦ୍‌ଘାଟନ କରିବା ସହ ଏସ୍‌ସିବିର ସୋଭେନିରକୁ ଉନ୍ମୋଚନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ.ପାଣ୍ଡିଆନ ମଧ୍ୟ ଭର୍ଚୁଆଲରେ ଉପସ୍ଥିତ ଥିଲେ। ଉତ୍ସବରେ ଅନ୍ୟ ଅତିଥି ଭାବେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ କହିଥିଲେ, ରାଜ୍ୟରେ ଜଣେ ବି ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହେବେ, ଏହା ଆମର ପ୍ରୟାସ। ତେବେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଥିଲେ। ଡା. ପ୍ରଫେସର ନିର୍ମଳ ଚନ୍ଦ୍ର ମହାପାତ୍ର ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଓଡ଼ିଶା ସ୍କିଲ ଡେଭେଲପମେଣ୍ଟ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ, ଚୈଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ମନ୍ତ୍ରୀ ପ୍ରତାପ ଜେନା ଓ ପ୍ରିନ୍‌ସିପାଲ ସେକ୍ରେଟାରି ଅଶୋକ ମିଶ୍ରା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri